ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି”

ଡାବୁଗାଁ, ୨୭/୧୦ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ଡାବୁଗାଁ ଭୁତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ବିତର୍କ, ପ୍ରବନ୍ଧ, ଚିତ୍ରାଙ୍କନ, କୁଇଜ, ବକୃତା, ସଙ୍ଗୀତ, ସୃଜନଶୀଳ ଲିଖନ, ଶ୍ରୁତଲିଖନ ଓ ସୁନ୍ଦର ହସ୍ତାକ୍ଷର, ମଧ୍ୟାନ୍ନ ଭୋଜନ ଆର୍ଟ, ଭିନ୍ନକ୍ଷମ ଚିତ୍ରାଙ୍କନ ଓ ନୃତ୍ୟ ଭଳି ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା | ଏଥିରେ କନିଷ୍ଠ ଓ ବରିଷ୍ଠ ବିଭାଗରେ ପ୍ରତିଯୋଗୀତା ହୋଇଥିଲା | ଏଥିରେ ୧ମ, ୨ୟ ଓ ୩ୟ ସ୍ଥାନ ଅଧିକାର କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା | ନୃତ୍ୟରେ ବୋରିଗାଁ ଉନ୍ନୀତ ଉଚ୍ଚ ବିଦ୍ୟାଳୟ (୧ମ) ଓ ବଡଓଲମା ଆଶ୍ରମ ବିଦ୍ୟାଳୟ-୧ (୨ୟ) ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲା | ଏଥିରେ ୧ମ ସ୍ଥାନ ରେ କୃତକାର୍ଯ୍ୟ ହୋଇଥିବା ଛାତ୍ରୀଛାତ୍ର ଜିଲା ସ୍ତରୀୟ ଶିଶୁ ମହୋତ୍ସବ ରେ ଭାଗ ନେବେ | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ରେଶମଲାଲ ନାୟକ, ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଜିଲା ପରିଷଦ ସଭ୍ୟ ଗୁପ୍ତ ବିଶୋଇ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସୌମେନ୍ଦ୍ର ଭୌମିକ ପ୍ରମୁଖ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟର ଶିକ୍ଷୟତ୍ରୀ ଶିକ୍ଷକ ମାନେ ଉପସ୍ଥିତ ଥିଲେ | ଏଥିରେ ବ୍ଲକ ର ବିଭିନ୍ନ ବିଦ୍ୟାଳୟର ଛାତ୍ରୀ ଛାତ୍ର ମାନେ ଭାଗ ନେଇଥିଲେ | ଉକ୍ତ କାର୍ଯ୍ୟକ୍ରମକୁ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମାନେ ପରିଚାଳନା କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡା ଙ୍କ ରିପୋର୍ଟ

Related posts

ସାପ କାମୁଡ଼ାରେ ସ୍ୱାମୀ ସ୍ତ୍ରୀ ମୃତ

Sunil Chandra Nayak

କୈଳାସ ଚ଼ନ୍ଦ୍ର ପାଢ଼ୀ ଙ୍କ କବିତା କବିର ପ୍ରଶ୍ନ 

Sunil Chandra Nayak

ରାଜା ଆର୍ତ୍ତରାଣ ଉଚ୍ଚ ବିଦ୍ୟାଳୟ ରେ ଉତ୍କଳ ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!