ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଇରଙ୍ଗପୁର : ପୁରୁଣାଘାଟିରେ ବିଜେଡିର ଜନ ସଂପର୍କ ପଦଯାତ୍ରା

ମୟୂରଭଞ୍ଜ -୨୮/୧୦/୨୨(ମସିହା) ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ନଭେମ୍ବର ୨ ପର୍ଯ୍ୟନ୍ତ ବିଜୁ ଜନତା ଦଳର ଜନ ସଂପର୍କ ଆରମ୍ଭ ହୋଇଛି । ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ପୌରାଞ୍ଚଳ ଅନ୍ତର୍ଗତ ୮ ନମ୍ବର ଓ୍ବାର୍ଡ ପୁରୁଣାଘାଟୀ ଗ୍ରାମରେ ବିଜୁ ଜନତା ଦଳ ପକ୍ଷରୁ ଏକ ବିଶାଳ ଜନ ସଂପର୍କ ପଦଯାତ୍ରା ଶୁକ୍ରବାର ଦିନ ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ବିଜେଡି ନେତା ଦିପ୍ତିମାନ ବଳ ଏବଂ କାଉନସିଲର ପୂର୍ଣ୍ଣିମା ମହାନ୍ତଙ୍କ ନେତୃତ୍ୱରେ ପଦଯାତ୍ରା ଆରମ୍ଭ ହୋଇଥିଲା।ଏହି ଅବସରରେ ମୟୂରଭଞ୍ଜ ଜିଲ୍ଲାର (୨) ବିଜେଡ଼ି ଜିଲ୍ଲା ସଭାପତି କାଶୀନାଥ ହେମ୍ବ୍ରମ,ବରିଷ୍ଠ ବିଜେଡି ନେତା ଶୁଶାନ୍ତ ଚୌଧୁରୀ (ମନୁ),ବିଜୁ ଯୁବ ବିଜେଡି ସଭାପତି ତଥା ରାଇରଙ୍ଗପୁର ପୌରାଧ୍ଯକ୍ଷ ଅଭିଷେକ ପଟ୍ଟନାୟକ,ପୌର ଉପାଧ୍ଯକ୍ଷା ମମିତା ଚୌଧୁରୀ, କାଉନସିଲର ବୃନ୍ଦ,ବିଜେଡି ମହିଳା ସଭାନେତ୍ରୀ ତନୁଜା ମହାନ୍ତ, ଜିଲ୍ଲା ପରିଷଦ ସଦସ୍ୟ ରାମଚନ୍ଦ୍ର ମୁର୍ମୁ, ଜିଲ୍ଲା ପରିଷଦ ସଦସ୍ୟା ଲିପିକା ମଣ୍ଡଳ, ଓ ଜିଲ୍ଲା ପରିଷଦ ସଦସ୍ୟା ସୂର୍ଯ୍ୟମଣି ହାଁସଦା, ରାଇରଙ୍ଗପୁର ବ୍ଳକ ଅଧ୍ୟକ୍ଷ ଜ୍ଞାନ ରଂଜନ ହେମ୍ବ୍ରମ, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଜଲେନ ନାଏକ, ତିରିଂ ବ୍ଳକ ପୂର୍ବତନ ଅଧ୍ଯକ୍ଷା ଜେମାମଣି ଷୁଣ୍ଢୀ , ଅଂଜନ ମଣ୍ଡଳ, ଶାଶ୍ଵତ ବଳ, ସୌମ୍ୟରଞ୍ଜନ ଦାସ, ବନ୍ଧନ ବଳ, ସତ୍ୟଜିତ ଦାସ,ସିପୁ ଦାସଙ୍କ ସମେତ ବହୁ ସଂଖ୍ୟାରେ ଯୁବ ଛାତ୍ର, ମହିଳା, ଶ୍ରମିକ,ଦଳୀୟ କର୍ମକର୍ତ୍ତାବୃନ୍ଦ, ଖଟିଖିଆ ପ୍ରମୁଖ ଶତାଧିକ ସମର୍ଥକ ଯୋଗ ଦେଇ ଏଥିରେ ସକ୍ରିୟ ସହଯୋଗ କରିବା ସହିତ ପଦଯାତ୍ରାରେ ସାମିଲ ହୋଇଥିଲେ । ପ୍ରାରମ୍ଭରେ ପୁରୁଣାଘାଟୀ ଖେଳପଡ଼ିଆ ନିକଟରୁ ଏହି ପଦଯାତ୍ରାଟି ବାହାରି ସମଗ୍ର ଗ୍ରାମ ସହ ଘରକୁ ଘର ବୁଲି ପ୍ରଚାର କରାଯାଇଥିଲା । ଦଳୀୟ କର୍ମୀବୃନ୍ଦ ଘରକୁ ଘର ନବୀନ ସରକାରଙ୍କ ଯୋଜନାର ସଫଳତାର ବାର୍ତ୍ତା ପହଞ୍ଚାଇଥିଲେ । ନବୀନ ସରକାରଙ୍କ ମମତା ଯୋଜନା, ମହିଳା ସଶକ୍ତିକରଣ,କାଳିଆ ଯୋଜନା, ଖାଦ୍ୟ ସୁରକ୍ଷା,ବିଜୁ କୃଷକ ଯୋଜନା,ବିଜୁ ସ୍ବାସ୍ଥ୍ୟ ଯୋଜନା,କୋଭିଡିର ସଫଳ ମୁକାବିଲା,ମହାବାତ୍ୟା ମୁକାବିଲା, ହରିଶ୍ଚନ୍ଦ୍ର ଯୋଜନା,୫ଟି,ମିଶନ ଶକ୍ତି,ସ୍କିଲଡ୍ ଇନ୍ ଓଡ଼ିଶା,ଜାଗା ମିଶନ,ବିଶ୍ଵ ସ୍ତରୀୟ କ୍ରୀଡା ଯୋଜନା, ସାମାଜିକ ସୁରକ୍ଷା, ଦାରିଦ୍ର୍ୟ ଦୂରୀକରଣ ଯୋଜନା,କ୍ରୀଡାର ବିକାଶ,ବିଶ୍ବ କପ୍ ହକି ଖେଳ ଆୟୋଜନ,ଯୁବ ମହିଳା ବିଶ୍ଵ କପ୍ ଫୁଟବଲ୍ ଆୟୋଜନ ପ୍ରମୁଖ ବହୁ ଜନ କଲ୍ୟାଣ ଯୋଜନା ଉପରେ ଲୋକଙ୍କୁ ଅବଗତ କରାଇଥିଲେ । ସରକାରଙ୍କ ଯୋଜନାରେ କିଭଳି ସାମିଲ ହୋଇ ଉପକୃତ ହେବାକୁ ଗ୍ରାମବାସୀଙ୍କୁ ପରାମର୍ଶ ଦିଆଯାଇଥିଲା ।ଜନ ସଂପର୍କ ଯାତ୍ରାକୁ ସଫଳ କରାଇଥିବାରୁ ସମସ୍ତ ନେତୃବୃନ୍ଦ, ଗ୍ରାମବାସୀ , ଛାତ୍ର, ମହିଳା ପ୍ରମୁଖ ସାମିଲ ହୋଇ ସଫଳ କରାଇଥିବାରୁ ସମସ୍ତଙ୍କୁ ବରିଷ୍ଠ ବିଜେଡି ନେତା ଦିପ୍ତୀମାନ ବଳ କୃତଜ୍ଞତା ଜଣାଇଥିଲେ । 

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ 

Related posts

ସତ୍ୟ ରଞ୍ଜନ ସ୍ୱାଇଁ ଙ୍କ କବିତା ସପନ

Sunil Chandra Nayak

ଡାବୁଗାଁ ନିର୍ବାଚନ ମଣ୍ଡଳୀରେ ଜନ ସାଧାରଣଙ୍କ ସେବା କରିବାର ଝୁଙ୍କ ଲୋକପ୍ରିୟ ବିଧାୟକ ମନୋହର ରନ୍ଧାରୀ,ସବୁବେଳେ ଚର୍ଚ୍ଚାରେ

Sunil Chandra Nayak

ଅପର୍ତ୍ତି ସେଠୀ ଙ୍କ କବିତା ମଦୁଆ ଉବାଚ

Sunil Chandra Nayak

Leave a Comment

error: Content is protected !!