ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜିଲ୍ଲାର ବିଭିନ୍ନ ସ୍ଥାନରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

ବୌଦ୍ଧ – 01/11 – ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟର ବୌଦ୍ଧ ଜିଲ୍ଲା ନେହେରୁ ଯୁବ କେନ୍ଦ୍ର ଆନୁକୂଲ୍ୟରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି । ହରଭଙ୍ଗା ବ୍ଲକ ଅନ୍ତର୍ଗତ ବନ୍ଧାପଥର ଭାରତୀ ଯୁବକ ସଙ୍ଘ ଓ ବନ୍ଧାପଥର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ କ୍ଲବ ସଭାପତି ଦିନେଶ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଏକ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି । ଏହିପରି ଆଧାରରେ ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦର ବାଳିକା ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟନାରାୟଣ ଦେହୁରୀ ଓ କ୍ରୀଡ଼ା ଶିକ୍ଷୟତ୍ରି ମମତା ଦାସଙ୍କ ତତ୍ତ୍ୱାବଧାନରେ ପାଳନ କରାଯାଇଛି । ସେହିପରି ରମାଦେବୀ ମହିଳା ମଣ୍ଡଳ,କାଲାମ ଯୁବକ ସଙ୍ଘ ଓ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ଏବଂ ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଲୋକକଳା ବିକାଶ କେନ୍ଦ୍ରର ମିଳିତ ସହଭାଗିତାରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ ଯୋଗ ଦେଇଥିବା ସମସ୍ତ ପ୍ରଧାନ ଶିକ୍ଷକ ଦିବସ ପାଳନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଏବଂ ଆବଶ୍ୟକତା ସମ୍ପର୍କରେ ଅବଗତ କରାଇଥିବା ବେଳେ ନେହେରୁ ଯୁବ କେନ୍ଦ୍ରର କର୍ମକର୍ତ୍ତା ପ୍ରବୀଣା କର୍ଣ୍ଣ ଶପଥ ପାଠ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ । ମନୋଜ ଭୋକ୍ତା ଓ ସୁପ୍ରିୟା ଦେହୁରୀ ସହଯୋଗ କରିଥିଲେ ।

ବୌଦ୍ଧରୁ ଜ଼ିଲ୍ଲା ପ୍ରତିନିଧି ହୃଦାନନ୍ଦ ମେହେରଙ୍କ ରିପୋର୍ଟ ମସିହା ନିୟୁଜ

Related posts

ଗଅଁଲିଆ କବି ସୁଧୀର ପଂଡ଼ା ଙ୍କ କବିତା ପ୍ରେମ୍‌ ଅଢ଼େ ଅକ୍ଷର୍‌ 

Sunil Chandra Nayak

ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ଦାବିପତ୍ର ପ୍ରଦାନ

Sunil Chandra Nayak

କୋକସରା ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ ଙ୍କ କାର୍ଯ୍ୟଭାର ଗ୍ରହଣ

Sunil Chandra Nayak

Leave a Comment

error: Content is protected !!