ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବ୍ଲକ ସ୍ତରୀୟ ବ୍ୟାଙ୍କରର୍ସ କମିଟି ବୈଠକ

ଡାବୁଗାଁ, ୨/୧୧ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଭାଗୃହରେ ଏବିଡିଓ ପଦ୍ମନାଭ ତ୍ରିପାଠୀ ଙ୍କ ଅଧ୍ୟକ୍ଷତାରେ ବ୍ଲକ ସ୍ତରୀୟ ବ୍ୟାଙ୍କରର୍ସ କମିଟି ବୈଠକ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି | ଏଥିରେ ସ୍ଵୟ ସହାୟକ ଗୋଷ୍ଠୀ ଋଣ ପ୍ରଦାନ, ଯେଉଁ ସ୍ଵୟ ସହାୟକ ଗୋଷ୍ଠୀ ମାନଙ୍କର ଆକାଉଣ୍ଟ ଉତ୍କଳ ଗ୍ରାମୀଣ ବ୍ୟାଙ୍କରେ ରହିଛି ସେହି ସ୍ଵୟ ସହାୟକ ଗୋଷ୍ଠୀ ମାନେ ଭାରତୀୟ ଷ୍ଟେଟ ବ୍ୟାଙ୍କରେ ନୂତନ ଆକାଉଣ୍ଟ ଖୋଲି ସେହି ଆକାଉଣ୍ଟ ରେ ଥିବା ଅର୍ଥ ରାଶି ଭାରତୀୟ ଷ୍ଟେଟ ବ୍ୟାଙ୍କ ଆକାଉଣ୍ଟ କୁ ଟ୍ରାନ୍ସଫର କରି ଋଣ ପାଇଁ ଆବେଦନ କରି ରୁଣ ପାଇପାରିବେ, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା ଓ ଅଟଳ ପେନସନ ଯୋଜନା ଉପରେ ଆଲୋଚନା ହୋଇଥିଲା | ଏହି ବୈଠକରେ ଏଲଡିଏମ ସୁନୀଲ କୁମାର ଜାମୁଡା, ଡାବୁଗାଁ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ପରିଚାଳକ ନୀତିଶ ସ୍ଵାଇଁ, ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଶାଖା ପରିଚାଳକ ଟି. ଗଣ୍ଡ, ସିଡିପିଓ ଗୀତାଞ୍ଜଳି ମହାରଣା, ଭାରପ୍ରାପ୍ତ ଗ୍ରାମପଞ୍ଚାୟତ ସଂମ୍ପ୍ରସାରଣ ଅଧିକାରୀ ଏ.ଡି ପ୍ରସାଦ, ଆଇସିଡିଏସ ସୁପରଭାଇଜର ରୋଜାଲିନୀ ପ୍ରଧାନ, ସହକାରୀ କୃଷି ଅଧିକାରୀ ସୋମେନ୍ଦ୍ର ବିଶ୍ଵାସ, ଭରପ୍ରାପ୍ତ ବ୍ଲକ ପ୍ରାଣୀ ଚିକିତ୍ସାଧିକାରୀ ସାରସ୍ଵତ ସାହୁ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତିନ ପାଣିଗ୍ରାହୀ, ଏମଡି ଲ୍ୟାମ୍ପ୍ସ ଓ କମିଟି ର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ | ଉକ୍ତ ବୈଠକକୁ ପେସା ସଂଯୋଜକ ଶୁଭଶ୍ରୀ ମହାଙ୍କୁଡ ପରିଚାଳନା କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ପୋଷାକ ବଣ୍ଟନ ଉତ୍ସବ

Sunil Chandra Nayak

ସାହିତ୍ୟ ଅଗଣା

Sunil Chandra Nayak

ପର୍ଲା ଠାରେ ଏସ ଟି , ଏସ୍ ସି , ଓ ବି ସି ବୁଦ୍ଧିଜୀବି ସମ୍ବିଳନି ଓ କର୍ମକର୍ତ୍ତା ଚୟନ

Leave a Comment

error: Content is protected !!