ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ନଭେମ୍ବର -2022 ମାସ ପାଇଁ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ର କାର୍ଯ୍ୟସୂଚୀ

 ମୟୂରଭଞ୍ଜ – ତ 03-11-2022.(ମସିହା) ମୟୂରଭଞ୍ଜ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ତତ୍ତ୍ଵlଵଧାନ ରେ ନଭେମ୍ବର -2022 ମାସରେ ଅନୁଷ୍ଠିତ ହେବାକୁ ଥିବା ମିଳିତ ଜନ ଶୁଣାଣି ଶିବିର ପାଇଁ ଜିଲ୍ଲା ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟସୂଚୀ ଅନୁଯାୟୀ ନଭେମ୍ବର ମାସ ର ପ୍ରଥମ ସୋମବାର 7(ସାତ) ତାରିଖ ସଦର ଉପଖଣ୍ଡ ବାରିପଦା ପାଇଁ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ଫେସିଲିଟେସନ ସେଣ୍ଟର,ନଭେମ୍ବର ମାସ ଦ୍ୱିତୀୟ ସୋମବାର 14(ଚଉଦ )ତାରିଖ ବାମନଘାଟି ଉପଖଣ୍ଡ ପାଇଁ ବାମନଘାଟି ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ, ରାଇରଙ୍ଗପୁର, ତୃତୀୟ ସୋମବାର 21(ଏକୋଇଶି )ତାରିଖ ପାଞ୍ଚପିଢ଼ ଉପଖଣ୍ଡ ପାଇଁ କରଞ୍ଜିଆ ଉପଜିଲ୍ଲାପାଳ ଙ୍କକାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଏବଂ ମାସର ଚତୁର୍ଥ ସୋମବାର 28(ଅଠେଇସ ) ତାରିଖ କପ୍ତିପଦା ଉପଖଣ୍ଡ ପାଇଁ କପ୍ତିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ,ଉଦଳା ଠାରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହେବ. ବାରିପଦା ଠାରେ ଅନୁଷ୍ଠିତ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ଶିବିର ରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ସମସ୍ତ ଜିଲ୍ଲା ସ୍ତରୀୟ ଲାଇନ ବିଭାଗ ଅଧିକାରୀ ଏବଂ ବାରିପଦା ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାର ମାନେ ଉପସ୍ଥିତିରେ ଏବଂ ଜିଲ୍ଲାର ଅନ୍ୟ ଉପଖଣ୍ଡ ମାନଙ୍କରେ ଅନୁଷ୍ଠିତ ହେବାକୁ ଥିବା ଉପଖଣ୍ଡ ସ୍ତରୀୟ ଜନ ଶୁଣାଣି ଶିବିର ରେ ସମ୍ପୃକ୍ତ ଉପଖଣ୍ଡ ର ଉପଖଣ୍ଡ ସ୍ତରୀୟ ଅଧିକାରୀ ଙ୍କ ସମେତ ସମ୍ପୃକ୍ତ ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଓ ଲାଇନ ବିଭାଗ ଅଧିକାରୀ ମାନଙ୍କ ଉପସ୍ଥିତି ରେ ସାଧାରଣ ଜନତା ଙ୍କ ଆପତ୍ତି ଅଭିଯୋଗ ପତ୍ର ଗୁଡିକର ଶୁଣାଣି କରି ସମାଧାନ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ.ଉକ୍ତ ଧାର୍ଯ୍ୟ ତାରିଖ ଓ ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମ ରେ ସମ୍ପୃକ୍ତ ଉପଖଣ୍ଡ ଅଂଚଳ ର ଜନସାଧାରଣ ନିଜର ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା ସମ୍ପର୍କିତ ଅଭିଯୋଗ ଉପସ୍ଥିତ ରହି ଜଣାଇ ପାରିବେ. ।

 ମୟୂରଭଞ୍ଜ ରୁଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ 

Related posts

ଉତ୍ତର ଓଡିଶା ରେଳ ବିକାଶ ସମନ୍ବୟ ସମିତି ର ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ

Sunil Chandra Nayak

ଜାତୀୟ ଖାଦ୍ୟ ସୁରକ୍ଷା ରେଙ୍କିଙ୍ଗ: ପ୍ରଥମ ସ୍ଥାନରେ ଓଡିଶା

ରାଜ୍ୟର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Leave a Comment

error: Content is protected !!