ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଏବିଭିପି ଦ୍ଵାରା ନର୍ଲାରେ ଋତୁମତି ଅଭିଯାନ ଅନୁଷ୍ଠିତ 

ରୁପ୍ରା, ୨୨/୧୧ (ମନିସ) କଳାହାଣ୍ଡି ଜିଲ୍ଲା ନର୍ଲାବ୍ଲକ୍ ଅଧିନ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ, ନର୍ଲା ଠାରେ ମଙ୍ଗଳବାର ଦିନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ କଳାହାଣ୍ଡି ପକ୍ଷରୁ ଝାନ୍ସୀ ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀ ଅବସରରେ ଋତୁମତି ଅଭିଯାନ କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ଶ୍ରୀମତୀ ଅର୍ଚ୍ଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଝିଅମାନଙ୍କ ଋତୁସ୍ରାବ ସମ୍ବନ୍ଧରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା,ଏଥିରେ ସାନିଟାରୀ ନାପକିନ୍ ପେଡ୍ ବଣ୍ଟନ କରିବା ସହ ଋତୁସ୍ରାବ ସମୟରେ ବ୍ୟବହାର କରିବା ବାବଦରେ ଅବଗତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ନର୍ଲା ବିଡିଓ ଶ୍ରୀମତୀ ବାସନ୍ତୀ ସେଠୀ, ମାଣ୍ଡେଲ୍ ଆରୋଗ୍ୟ କେନ୍ଦ୍ର ଅଧିକାରୀ ସୁନନ୍ଦା କୁମ୍ଭାର, ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର କାର୍ଯ୍ୟକର୍ତ୍ତା ନିକିତା ସାହୁ ଓ ମିନୁ ରଣା ପ୍ରମୁଖ ଉପସ୍ଥିତ ରହି ଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

ରୁପ୍ରା ରୁ ପ୍ରଦୀପ ସେନାପତି ଙ୍କ ରିପୋର୍ଟ 

Related posts

ମ.ରାମପୁର ଶ୍ରୀରାମଲୀଳା ମହୋତ୍ସବ

Sunil Chandra Nayak

ମୋଟେର ଠାରେ ଶାରଦୀୟ ଦୁର୍ଗାପୂଜା ପାଇଁ ଅଧିବାସ ଓ କଳସ ଯାତ୍ରା

Sunil Chandra Nayak

ରାଇରଙ୍ଗପୁର ମହାବିଦ୍ୟାଳୟର +୩ ବିଜ୍ଞାନ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଦ୍ବାରା ଉଦ୍ଧାର

Sunil Chandra Nayak

Leave a Comment

error: Content is protected !!