ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଭବାନୀପାଟଣା ଠାରେ କଳାହାଣ୍ଡି ବିଶ୍ଵବିଦ୍ୟାଳୟ ର ପ୍ରଥମ ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତା

ଭବାନୀପାଟଣା ତା ୨୪.୧୧.୨୦୨୨କଳାହାଣ୍ଡି ବିଶ୍ଵବିଦ୍ୟାଳୟ ଆନୁକୁଲ୍ୟରେ ପ୍ରଥମ କ୍ରୀଡା ପ୍ରତିଯୋଗିତା କଳାହାଣ୍ଡି ବିଶ୍ଵବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ କୁମାର ଶତପଥୀ ଙ୍କ ସଭାପତିତ୍ବରେ ପାଞ୍ଚ ଦିନିଆ କ୍ରୀଡା ପତିଯୋଗିତା ଉଦଯାପିତ ହୋଇ ଯାଇଛି। କଳାହାଣ୍ଡି ଓ ନୂଆପଡା ଜିଲ୍ଲା ର ୧୮ଟି ମହାବିଦ୍ୟାଳୟ ଏଥିରେ ଭାଗ ନେଇଥିଲେ। ୧୯ ତାରିଖ କୁଳପତିଙ୍କ କରକମଳରେ ଚେସ ଏବଂ କାରମ୍ ପ୍ରତିଯୋଗିତା ଉଦ୍ଘାଟିତ ହୋଇଥିଲା। ଚେସ ପ୍ରତିଯୋଗିତାରେ ପ୍ରଗତି ମହାବିଦ୍ୟାଳୟର ତୁଷାର କାନ୍ତ ସାହୁ ବିଜୟୀ ହୋଇଥିବା ବେଳେ କାରରମ୍ ରେ କଳାହାଣ୍ଡି ବିଶ୍ଵବିଦ୍ୟାଳୟ କ୍ୟାମ୍ପସ ର ସୌମ୍ୟ ରଂଜନ ତ୍ରିପାଠୀ ବିଜୟୀ ହୋଇଥିଲେ। କ୍ରିକେଟ ଟୁର୍ଣ୍ଣାମେଣ୍ଟ ୨୦ ତାରିଖ ଦିନ ଉଦ୍ଘାଟିତ ହୋଇଥିଲା ଏବଂ ଚାରିଦିନ ଧରି ୟୁନିଭରସିଟି ଖେଳ ପଡିଆ ଏବଂ ରିଜର୍ଭ ପଡିଆ ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଠର ଟି ଦଳ ଭାଗ ନେଇଥିଲେ। ପ୍ରଥମେ ପଞ୍ଚାୟତ ମହାବିଦ୍ୟାଳୟ ନାର୍ଲା ନୂଆପଡା ମହାମାୟା କଲେଜ କୁ ପରାସ୍ତ କରି ଫାଇନାଲ କୁ ଉନ୍ନୀତ ହୋଇଥିଲା। ୨୪ ତାରିଖ କଳାହାଣ୍ଡି ବିଶ୍ଵବିଦ୍ୟାଳୟ ନେସନାଲ୍ କଲେଜ ନୂଆପଡା କୁ ପରାଜିତ କରି ଫାଇନାଲକୁ ଉନ୍ନୀତ ହୋଇଥିଲା। ଫାଇନାଲ ମ୍ୟାଚରେ ନର୍ଲା କଲେଜ ଟସ୍ ଜିଣି ପ୍ରତିପକ୍ଷ କଳାହାଣ୍ଡି ବିଶ୍ଵବିଦ୍ୟାଳୟ କୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ପ୍ରଥମେ ବ୍ୟାଟିଂ କରି କଳାହାଣ୍ଡି ବିଶ୍ଵବିଦ୍ୟାଳୟ ପାଞ୍ଚ ଉଇକେଟ ବିନିମୟରେ ୧୮୭ ରନ ସଂଗ୍ରହ କରିଥିଲା। ୧୮୮ ରନ ର ବିଜୟ ଲକ୍ଷ୍ୟକୁ ପିଛା କରି ନିର୍ଦ୍ଧାରିତ ୨୦ ଓଭର ରେ ୭ ଉଇକେଟ୍ ବିନିମୟରେ ୧୬୨ ରନ ସଂଗ୍ରହ କରି ପାରିଥିଲା। କଳାହାଣ୍ଡି ବିଶ୍ଵବିଦ୍ୟାଳୟ ଏହି ମ୍ୟାଚ କୁ ୨୫ ରନ ବ୍ୟବଧାନରେ ବିଜୟ ଲାଭ କରି ପ୍ରଥମ ଆନ୍ତ ମହାବିଦ୍ୟାଳୟ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଚାମ୍ପିଅନ ହୋଇଥିଲା। ଏଥିରେ ମ୍ୟାନ ଅଫ ଦି ମ୍ୟାଚ ଓ ମ୍ୟାନ ଅଫ ଦି ସେରିଜ୍ କଳାହାଣ୍ଡି ବିଶ୍ଵବିଦ୍ୟାଳୟ କ୍ରିକେଟ ଦଳର କ୍ୟାପଟେନ ନରେନ୍ଦ୍ର କୁମାର ବାଗ ହାତେଇ ଥିଲେ। କଳାହାଣ୍ଡି ବିଶ୍ଵବିଦ୍ୟାଳୟ ର ଅଭିଳାଷ ପୁରୋହିତ କୁ ବେଷ୍ଟ୍ ବୋଲର ର ମାନ୍ୟତା ମିଳିଥିଲା ଏବଂ ପଞ୍ଚାୟତ ସମିତି ମହାବିଦ୍ୟାଳୟ ନର୍ଲା ର ଯଶୋବନ୍ତ ମାଝିଙ୍କୁ ଵେଷ୍ଟ ବ୍ୟାଟ୍ସମ୍ୟାନ୍ ଭାବେ ପୁରସ୍କୃତ କରା ହେଇଥିଲା। ଆଜିର ମ୍ୟାଚରେ ରାନର୍ସ ଅଫ ଦଳକୁ କୁଳପତି ଟ୍ରଫି ପ୍ରଦନ କରିଥିଲେ ଏବଂ ବିଜୟୀ ଦଳକୁ ମୁଖ୍ୟ ଅତିଥି ପୂର୍ବତନ ରଣଜୀ ଟ୍ରଫି ଖେଳାଳି ଶ୍ରୀ ଭାରତ ଭୂଷଣ ଦେଓ ଟ୍ରଫି ପ୍ରଦାନ କରିଥିଲେ। ଏଥିରେ ଅତିଥି ଭାବରେ ଯୋଗ ଦେଇଥିଲେ ପୂର୍ବତନ ରଣଜୀ ଟ୍ରଫି ଖେଳାଳି ଶ୍ରୀ ସୁବ୍ରତ ବହିଦାର , ଡି ଆଇ ପି ଆର୍ ଓ ଶ୍ରୀ ମନୋଜ ବେହେରା, ପୂର୍ବତନ ରଣଜୀ ଖେଳାଳି ଶ୍ରୀ ପ୍ରସନ୍ନ ସାହାଣୀ,ଶ୍ରୀ ପି କେ ସାହୁ, ଶ୍ରୀ ସତ୍ୟନାରାୟଣ ମହାପାତ୍ର,ଶ୍ରୀ ରଘୁନାଥ ମିଶ୍ର ,ଶ୍ରୀ ଲୁଡୁ ସାସନି,ଶ୍ରୀ ଜୟଦେବ ସାହୁ ପ୍ରଭୃତି ଯୋଗ ଦେଇଥିଲେ। ଆଜିର ଖେଳକୁ ପରିଚାଳନା କରିଥିଲେ ଓ ସି ଏ ଆମ୍ପାୟର ଶ୍ରୀ ବୁଲୁ ସିଂହ ଏବଂ ସୁମିତ ପଟ୍ଟନାୟକ। ଏଇ କ୍ରୀଡା ମହୋସବ କୁ ପରିଚାଳନା କରିଥିଲେ ଡକ୍ଟର ଘନଶ୍ୟାମ ବେହେରା , ପ୍ରଦୀପ କୁମାର ପ୍ରଧାନ ଏବଂ ଅନ୍ୟ ଅଧ୍ୟାପକ ଓ ଅଧ୍ୟାପିକା ଗଣ। ଧାରା ବିବରଣୀ ପ୍ରଦାନ କରିଥିଲେ ଶ୍ରୀ ଅଂଶୁମାନ ବାବୁ।ଏଥିରେ ଶତାଧିକ ଛାତ୍ର ଛାତ୍ରୀ ଯୋଗ ଦେଇ ଖେଳକୁ ଉପଭୋଗ କରିଥିଲେ।

ବରିଷ୍ଟ ସାମ୍ବାଦିକ ଦୁଷ୍ମନ୍ତ କୁମାର ପଣ୍ଡା ଙ୍କ ରିପୋର୍ଟ୍ 

Related posts

ପିଡ଼ିଏସ ଚାଉଳ ନେଇ ଫେରୁଥିବା ପିକଅଫ ଭ୍ଯାନ ଓଲଟି ୨ ମୃତ ୭ ସଙ୍କଟା ପନ୍ନ

ଯନ୍ତ୍ରୀଙ୍କ ଅନୁପସ୍ଥିତିରେ ଚାଲିଛି ଚେକ୍ ଡ୍ୟାମ୍ କାମ ,ସ୍ଥାନୀୟ ଶ୍ରମିକ ବଦଳରେ ଅନ୍ୟ ପଞ୍ଚାୟତର ଶିଶୁ ଶ୍ରମିକ ନିୟୋଜିତ

Sunil Chandra Nayak

ଜହ୍ନ ରାତି

Sunil Chandra Nayak

Leave a Comment

error: Content is protected !!