ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ନର୍ଲା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା/ ମ ନି ସ/ ତା୨୮.୧୧.୨୦୨୨/ଆଜି ନର୍ଲା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜିଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି, ବ୍ଲକ ଉପାଧ୍ୟକ୍ଷ ଶ୍ରୀ ଦୁର୍ଗା ପ୍ରସାଦ ମହାନ୍ତି, ବି ଡି ଓ ବାସନ୍ତୀ ସେଠୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ 350ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ 339ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ 11ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। 14ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିଉଜ ସର୍ଭିସ୍ 

Related posts

ଧର୍ମଗଡ଼ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା

Sunil Chandra Nayak

ସାମ୍ୱାଦିକ ଙ୍କ ମାତୃ ବିୟୋଗ

Sunil Chandra Nayak

ଚୌମୁଖ ପ୍ରିମିୟର୍ ଲିଗ୍-୨୦୨୨ ଉଦଯାପିତ

Sunil Chandra Nayak

Leave a Comment

error: Content is protected !!