ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଭିନ୍ନକ୍ଷମ ଦିବସ ପାଳନ

ନବରଙ୍ଗପୁର, (ମସିହା) ଆଜି ଭିନ୍ନକ୍ଷମ ଦିବସ (Disability Day) ଅବସରରେ ଜିଲ୍ଲା ଆଈନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ଆଶାକିରଣ (ମାନସିକ ଅନଗ୍ରସର ପିଲାଙ୍କ ନିମନ୍ତେ ଶିକ୍ଷା ଓ ବୈଷୟିକ ତାଲିମ କେନ୍ଦ୍ର) ପରିସରରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଫଳ ଓ ଚକୋଲେଟ ବଣ୍ଟନ କରାଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ. ସଂଜୀବ ଦୁବେଙ୍କ ନିର୍ଦ୍ଧେଶ କ୍ରମେ ଆୟୋଜିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ. ସଂଜୀବ ଦୁବେ ଯୋଗ ଦେଇଥିଲେ । ଅନ୍ୟାନ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଜର୍ଜ (ପୋକସୋ) ଶ୍ରୀମତୀ ପ୍ରଣତୀ ସାହା, ଅତିରିକ୍ତ ଜିଲ୍ଲା ଜର୍ଜ ଶ୍ରୀଯୁକ୍ତ ଶିବ ପ୍ରସାଦ ମିଶ୍ର, ଅତିରିକ୍ତ ଜିଲ୍ଲା ଜର୍ଜ (Adhoc) ଶ୍ରୀଯୁକ୍ତ ନିରଞ୍ଜନ ସାହୁ, ମୁଖ୍ୟ ବିଚାରବିଭାଗୀୟ ଦଣ୍ଡାଧିକାରି ଶ୍ରୀଯୁକ୍ତ. ସୁଦାମ ଚରଣ ଦାଶ, ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ଜନକ ରାଉତ, ବରିଷ୍ଟ ଦେୱାନୀ ଜର୍ଜ ଶ୍ରୀମତୀ ଅନ୍ନପୂର୍ଣ୍ଣା ନାୟକ, ରେଜିଷ୍ଟ୍ରାର ଜିଲ୍ଲାକୋର୍ଟ ଶ୍ରୀଯୁକ୍ତ ସୁକାନ୍ତ କିଶୋର ଜେନା, ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତୀ ରାଜଶ୍ରୀ ଆରୟବାଲା ତ୍ରିପାଠୀ ଓ ଆଶା କିରଣ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜଗନ୍ନାଥ ବେହେରା ଆଦି ଯୋଗ ଦେଇଥିଲେ ଓ ପିଲାଙ୍କସହ କେକ କାଟି ଭିନ୍ନକ୍ଷମ ଦିବସ ପାଳନ କରିଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଈନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ପରିଚାଳନା କରଯାଇଥିଲା ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ୍ ମସିହା ନିୟୁଜ।

Related posts

ଜ୍ୟୋତ୍ସ୍ନା ରାଣୀ ଦେବୀ ଙ୍କ କବିତା ମାଆର ମମତା

ଦାୟିତ୍ୱ ରେ ଥିବା ପ୍ରଧାନ ଶିକ୍ଷୟତ୍ରୀ ଙ୍କୁ ବଦଳୀ ପରିବର୍ତ୍ତେ ସ୍ଥାୟି ଶିକ୍ଷକ ଦେବାକୁ ଦାବୀ

Sunil Chandra Nayak

ଇନ୍ଦ୍ରାବତୀ ନଦୀରେ ଭାସିଯାଇ ନିଖୋଜ ଥିବା ବୃଦ୍ଧଙ୍କ ଶବ ଉଦ୍ଧାର ବ୍ଯବଛେଦ ପରେ ପରିବାରଙ୍କୁ ହସ୍ତାନ୍ତର

Sunil Chandra Nayak

Leave a Comment

error: Content is protected !!