ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ପୂର୍ବତନ ପିଇଓଙ୍କ ଆତ୍ମହତ୍ୟା ଉଦ୍ୟମ; ସରକାରୀ ଅର୍ଥ ହଡପ ଅଭିଯୋଗରେ ହୋଇଥିଲେ ନିଲମ୍ବିତ

କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ ବ୍ଲକ ପାହାଡ଼ପଦର ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ଦେବାନନ୍ଦ ସାଗର ତାଙ୍କ ନିଜ ବାସଭବନରେ ରଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ତୁରନ୍ତ ପରିବାର ଲୋକ ଉଦ୍ଧାର କରି ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ତେବେ ପଞ୍ଚାୟତର ସରକାରୀ ଅନୁଦାନ ରାଶି ହଡ଼ପ କରିଥିବା ନେଇ ଅଭିଯୋଗ ସତ ପ୍ରମାଣିତ ହେବା ପରେ ଜିଲ୍ଲାପାଳ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଥିଲେ।

ସୂଚନାଯୋଗ୍ୟ ଯେ, ପାହାଡ଼ ପଦର ପଞ୍ଚାୟତର ସରପଞ୍ଚ ଲକ୍ଷ୍ମଣ ମାଝୀଙ୍କ ଜାଲ୍ ଦସ୍ତଖତ କରି ୪୭ ଲକ୍ଷ ୧୭ ହଜାର ୯୭୯ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା । ଏନେଇ ସରପଞ୍ଚ ଓ ସମିତିସଭ୍ୟଙ୍କ ଅଭିଯୋଗ ପରେ ଲାଞ୍ଜିଗଡ଼ ଏବିଡିଓ ବିଭୁତିଭୂଷଣ ଶତପଥି, ଜିପିଇଓ ସରୋଜ କୁମାର ପ୍ରଧାନଙ୍କ ନେତୃତ୍ୱରେ ପ୍ରଶାସନିକ ତଦନ୍ତ ହୋଇଥିଲା । ଏହି ରିପୋର୍ଟ ଆଧାରରେ ସମ୍ପୃକ୍ତ ପିଇଓଙ୍କୁ ନିଲମ୍ବନ କରାଯାଇଥିଲା। ପୂର୍ବରୁ ଥୁଆମୁଳ ରାମପୁର ବ୍ଲକରେ ମଧ୍ୟ ସେ ଏପରି କାରନାମା କରିଥିବା ସହିତ ୫୮ ଲକ୍ଷ ୭୨ ହଜାର ୬୧୬ ଟଙ୍କା ହଡ଼ପ କରିଥିବା ଅଭିଯୋଗ ଏବେ ସାମ୍ନାକୁ ଆସିଛି । ତେବେ ଉଭୟ ବ୍ଲକରେ ସରକାରୀ ଅନୁଦାନ ଚଳୁ କରିବା ଅଭିଯୋଗରେ ଦେବାନନ୍ଦଙ୍କୁ ନିଲମ୍ବନ କରାଯାଇଥିଲା। ବର୍ତ୍ତମାନ ତାଙ୍କର ଚିକିତ୍ସା ଜାରି ରହିଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

 

 

 

Related posts

ଏକାଧିକ ଦଫା ନେଇ ଉତ୍କଳ କାରଖାନା ସେକ୍ୟୁରୀଟି ଜିଏମ ଗିରଫ

Sunil Chandra Nayak

ଅବକାରୀ ଚଢ଼ାଉ,୨ ଜଣ ଗିରଫ 

masiha

ଗଞ୍ଜେଇ ସହ ବାଇକ,ପିକ ଅପ୍ ଗାଡି ଜବତ : ୩ ବ୍ୟକ୍ତି ଗିରଫ

Sunil Chandra Nayak

Leave a Comment

error: Content is protected !!