ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ବର୍ଷେ ଯାଏଁ ମିଳିବ ମାଗଣା ଚାଉଳ, ଖର୍ଚ୍ଚ ହେବ ୧୮୫ କୋଟି

ଏଥିଲାଗି ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ୧୮୫ କୋଟି ଟଙ୍କା ଖର୍ଚ୍ଚ କରିବେ

 ରାଜ୍ୟରେ ଦାରିଦ୍ର୍ୟ ସୀମାରେଖା ତଳେ ରହିଥିବା ପରିବାରମାନଙ୍କ ପାଇଁ ରାଜ୍ୟ ସରକାର ମାସକୁ ୫ କିଲୋ ଲେଖାଏଁ ମାଗଣା ଚାଉଳ ଯୋଗାଇଦେବେ। ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ବର୍ଷେ ପର୍ଯ୍ୟନ୍ତ ମାଗଣାରେ ଚାଉଳ ଦେବେ ରାଜ୍ୟ ସରକାର। ୨୦୨୩ ଜାନୁୟାରୀ ଠାରୁ ଡିସେମ୍ବର ଯାଏଁ ଏହି ମାଗଣା ଚାଉଳ ମିଳିବ। ମାଗଣା ଚାଉଳ ମିଳିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମାସିକ ମୁଣ୍ଡପିଛା ମିଳିବ ୫କିଲେ ଚାଉଳ ମିଳିବ। ଏଥି ପାଇଁ ରାଜ୍ୟ ସରକାର ୧୮୫ କୋଟି ଟଙ୍କା ଖର୍ଚ୍ଚ କରିବେ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଆଉ ଏକ ବର୍ଷ ପାଇଁ ହିତାଧିକାରୀଙ୍କୁ ଦିଆଯିବ ଅତିରିକ୍ତ ମାଗଣା ଚାଉଳ। ଏହାଫଳରେ ଜାନୁଆରିରୁ ଡିସେମ୍ବର ମାସ ଯାଏଁ ହିତାଧିକାରୀଙ୍କୁ ମାଗଣା ଚାଉଳ ମିଳିବ। ଏଥିରେ ରାଜ୍ୟର ୮.୦୯ ଲକ୍ଷ ହିତାଧିକାରୀ ଉପକୃତ ହେବେ ବୋଲି ଜଣାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତ୍ୟେକ ହିତାଧିକାରୀ ଜାନୁଆରି ୨୦୨୩ରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ମାସିକ ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ପାଇବେ। ପ୍ରାୟ ୮.୦୯ ଲକ୍ଷ ହିତାଧିକାରୀ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ରହିବେ। ଏଥିଲାଗି ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ୧୮୫ କୋଟି ଟଙ୍କା ଖର୍ଚ୍ଚ କରିବେ। ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ନାମ ଲେଖାଇଥିବା ହିତାଧିକାରୀଙ୍କୁ ଏହି ସୁବିଧା ମିଳିବ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ବଦଳିଲା ସ୍କୁଲ୍‌ ୟୁନିଫର୍ମ… ନବମ-ଦଶମରେ ଚେକ୍‌ ସାର୍ଟ ଓ ଫୁଲ୍‌ ପ୍ୟାଣ୍ଟ୍‌ ପିନ୍ଧିବେ ଛାତ୍ରଛାତ୍ରୀ।ପୋଷାକରେ ରହିବ ‘ଆମେ ଗଢ଼ିବୁ ନୂଆ ଓଡ଼ିଶା’ ଲୋଗୋ

Sunil Chandra Nayak

ସଂକ୍ଷେପରେ ପଦ୍ମଶ୍ରୀ ଅଦ୍ୱୈତ ଗଡନାୟକ :ଢେ଼ଙ୍କାନାଳ ଜିଲ୍ଲାର ଗର୍ବ ଓ ଗୌରବ 

masiha

ଆହୁରି ସଶକ୍ତ ହେବ ମହିଳା ଏସଏସଜି…ମିଶନ ଶକ୍ତି ମହିଳାଙ୍କୁ ବିଦ୍ୟୁତ୍‌ ଚାଳିତ ସ୍କୁଟର

Sunil Chandra Nayak

Leave a Comment

error: Content is protected !!