ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ମିଶନ ଶକ୍ତି ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କମିବ ସୁଧ ହାର

ମିଶନ ଶକ୍ତି ଆଜି କେବଳ ଏକ ସ୍ଲୋଗାନ ନୁହେଁ, ଆଜି ଏହା ମା ମାନଙ୍କର ଏକ ଜୀବନଧାରା…

ମିଶନ ଶକ୍ତି ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କମିବ ସୁଧ ହାର । ମିସନ ଶକ୍ତି ଭବନ ଯାଜପୁରରେ ଲୋକାର୍ପିତ ହୋଇଛି। ଏହି କାର୍ଯ୍ୟକ୍ରମରେ ୩୦ଟି ଜିଲ୍ଲାରୁ ମିଶନ ଶକ୍ତିର ମା ମାନେ ଯୋଗ ଦେଇଥିଲେ । ମିସନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ଓ ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଲୋକାର୍ପଣ କରିଥିଲେ । ଏହି ଅବସରରେ ଋଣ ସୁଧ ଫେରସ୍ତ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏସଏଚଜିଙ୍କୁ ଋଣର ସୁଧ ଫେରସ୍ତ କରାଯାଇଛି। ୨୦୨୨ ଅପ୍ରେଲରୁ ଓ ସେପ୍ଟେମ୍ବର ମଧ୍ୟରେ ମହିଳା ମାନେ ଯେଉଁ ଋଣ ନେଇଥିଲେ, ସେହି ଋଣର ସୁଧ ପରିମାଣ ପ୍ରଦାନ କରାଯାଇଛି । ମାତ୍ର ୬ ମାସରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି । ଉପସ୍ଥିତ ୫ଟି ମିଶନ ଶକ୍ତି ଗୃପକୁ ଚେକ୍ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।

ଏହି ଅବସରରେ କନ୍‌ଭେନ ସେଣ୍ଟରରେ ଉପସ୍ଥିତ ମା ଓ ରାଜ୍ୟର ସବୁ ଜିଲ୍ଲା ଓ ବ୍ଲକରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଯୋଡି ହୋଇଥିବା ମା ମାନଙ୍କୁ ଉଦ୍‌ବୋଧନ ଦେଇଥିଲେ ମୁଖ୍ୟମନ୍ତ୍ରୀ । ବାହାରି ବ୍ୟବସାୟ ଠାରୁ ଆରମ୍ଭ କରି, ବିକାଶର ବିଭିନ୍ନ କ୍ଷେତ୍ରରେ ନିଷ୍ପତ୍ତି ନେଉଛନ୍ତି ମିସନ ଶକ୍ତିର ମା ମାନେ । ମା ମାନଙ୍କର ନିଷ୍ପତ୍ତି ନେବାର କ୍ଷମତା ହେଉଛି, ପ୍ରକୃତ ରୂପାନ୍ତର । ଆଗାମୀ ଦିନରେ ମହିଳା ମାନେ ଆହୁରି ବଡ ବଡ ନିଷ୍ପତ୍ତି ନେବେ ଓ ଓଡିଶାର ରୂପାନ୍ତରରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢକ୍ତି ବାଢିଥିଲେ । ଖାଲି ସେତିକି ନୁହେଁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ଆଜି କେବଳ ଏକ ସ୍ଲୋଗାନ ନୁହେଁ, ଆଜି ଏହା ମା ମାନଙ୍କର ଏକ ଜୀବନଧାରା । ୭୦ ଲକ୍ଷ ମା ମାନଙ୍କର ଏହି ବିରାଟ ଅନୁଷ୍ଠାନ ଓଡିଶା ବିକାଶର ନୂଆ ଇତିହାସ ଲେଖୁଛି ବୋଲି ମୁଖ୍ୟୁମନ୍ତ୍ରୀ କହିଥିଲେ।

ମିଶନ ଶକ୍ତି ମା’ମାନଙ୍କ ସୁବିଧା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୨୫ କୋଟିର ସୁଧ ରିହାତି ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ୨୦୨୨ ଅପ୍ରେଲରୁ ଓ ସେପ୍ଟେମ୍ବର ମଧ୍ୟରେ ମହିଳାମାନେ ନେଇଥିବା ଋଣର ସୁଧ ପରିମାଣ ୨.୫ ଲକ୍ଷ ମିଶନ ଶକ୍ତି ଗ୍ରୁପ ବ୍ୟାଙ୍କ ଖାତାକୁ ପ୍ରଦାନ କରାଯାଇଛି। 

ମିଶନ ଶକ୍ତି ମା’ମାନଙ୍କୁ ଉଦ୍ଯୋଗୀ ଭାବେ ଗଢ଼ି ତୋଳିବା ପାଇଁ ବିନା ସୁଧରେ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି। ଆଗାମୀ ୫ବର୍ଷରେ ୫୦ହଜାର କୋଟିର ଋଣ ଓ ୧୨୦୦ କୋଟିର ସୁଧ ରିହାତି ବ୍ୟବସ୍ଥା ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯାଜପୁରର ଜିଲ୍ଲାସ୍ତରୀୟ ଫେଡେରେସନ ଭବନର ଉଦଘାଟନ କରିଛନ୍ତି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ସ୍କୁଲ ରୂପାନ୍ତରଣର ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ଜିଲ୍ଲାମାନଙ୍କୁ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଓ ଭଲକାମ କରିଥିବା ବ୍ଲକମାନଙ୍କ ମଧ୍ୟରୁ ଶ୍ରେଷ୍ଠ ଦଶଟି ବ୍ଲକକୁ ପୁରସ୍କୃତ କରାଯିବ ବୋଲି ୫ଟି ସଚିବଙ୍କ ଘୋଷଣା

Dancer who wins hearts,Meet Renowned Odissi Dancer “Sriya Shree Pati”.

masiha

ପାହାଡପୁର ଠାରେ ମହାମହିମ ରାଷ୍ଟ୍ରପତି ଙ୍କ କରକମଳରେ ଏଲ ଏଣ୍ଡ ଟି ଦ୍ୱାରା ନିର୍ମିତ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ

masiha

Leave a Comment

error: Content is protected !!