ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

ମୟୂରଭଞ୍ଜ :ତା 09-01-2023ରିଖ. (ମସିହା) ଆଜି ବାମନଘାଟି ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି. ବାମନଘାଟି ଉପଜିଲ୍ଲାପାଳ ଶ୍ରୀଯୁକ୍ତ ସରୋଜ କୁମାର ଦାଶ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱl ବଧାନ ରେ ଆୟୋଜିତ ତଥା ମୟୁରଭଞ୍ଜ ଜିଲ୍ଲପାଳ ଶ୍ରୀଯୁକ୍ତ ବିନୀତ ଭରଦ୍ୱାଜ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଶିବିର ରେ ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଉମାକାନ୍ତ ମହାରଣା, ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ତଥା ରାଇରଙ୍ଗପୁର ସମ୍ୱନ୍ୱିତ ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ଶ୍ରୀ ହେମନ୍ତ କୁମାର ସିଂ, ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳା ନନ୍ଦ ସାହୁ ଓ ଉପଖଣ୍ଡ ଚିକିତ୍ସା ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ .ପ୍ରାରମ୍ଭ ରେ ଜିଲ୍ଲାପାଳ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ. ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ 58ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ 47 ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ 11ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା. ଗ୍ରହଣ ହୋଇଥିବା ଆପତ୍ତି ଅଭିଯୋଗ ମଧ୍ୟରୁ ଗୋଟିଏ ଅଭିଯୋଗ ର ତତ୍କାଳ ସମାଧାନ କରାଯାଇଥିଲା ଏବଂ ସହାୟତା ରାଶି ପ୍ରଦାନ ପାଇଁ ଆସିଥିବା ଗୋଟିଏ ଅଭିଯୋଗ ର ଗୁରୁତ୍ୱ ଓ ପରିସ୍ଥିତି କୁ ବିଚାର କରି ଆବେଦନକାରି ଜଣକୁ 10 ହଜାର ଟଙ୍କା ଟଙ୍କା ସହାୟତା ରାଶି ଜିଲ୍ଲା ରେଡ଼କ୍ରସ ପାଣ୍ଠି ରୁ ଜିଲ୍ଲାପାଳ ମଂଜୁର କରିଛନ୍ତି. ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ. ଅନୁଷ୍ଠିତ ଉକ୍ତ ବୈଠକ ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା.।

 ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ 

Related posts

ରାଇରଙ୍ଗପୁରରେ ରାଇରଙ୍ଗପୁର ନୂତନ ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ସର୍ବଦଳୀୟ ବୈଠକ

masiha

ଓଲଟିଲା ଡମ୍ଫର, ଅଳ୍ପକେ ବର୍ତିଲେ ଡ୍ରାଇଭର ଓ ହେଲପର

masiha

କଳାହାଣ୍ଡି: ପୋଖରୀରେ ଗାଧୋଇବା ବେଳେ ବୁଡିଗଲେ ଦୁଇ ନାବାଳକ, ଉଦ୍ଧାର ହେଲା ମୃତଦେହ

masiha

Leave a Comment

error: Content is protected !!