ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ପଥରରେ ଛେଚି ବ୍ୟକ୍ତିଙ୍କୁ ହତ୍ୟା ,ହତ୍ୟାକାରୀ ଥାନାରେ ଅଟକ 

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ସାରଙ୍ଗଡ଼ ଥାନା ଅଞ୍ଚଳରେ ଜଘନ୍ୟ ହତ୍ୟାକାଣ୍ଡ । ମଦ ପିଇ ଗଣ୍ଡଗୋଳ ପରେ ଜଣେ ଅନ୍ୟଜଣକୁ ପଥରରେ ଛେଚି ହତ୍ୟା କରିଥିବା ସୂଚନା । ଘଟଣା ପ୍ରକାରେ ଗତକାଲି ରାତ୍ର ପ୍ରାୟ ୧୦ଟା ସମୟରେ ସାରଙ୍ଗଡ଼ ପୁରୁଣା ସାହିର ଦୁଇଜଣ ବ୍ୟକ୍ତି ମଦ ପିଇବାକୁ ଯାଇଥିଲେ । ମଦ ପିଇ ମାତାଲ୍ ହେବା ପରେ କୌଣଶି କାରଣରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ପରେ ଏହା ଉଗ୍ର ରୂପ ଧାରଣ କରିଥିଲା। ପ୍ରତିଶୋଧ ପରାୟଣ ହୋଇ ଜଣେ ଅନ୍ୟ ଜଣକ ମୁଣ୍ଡରେ ପଥର ଛେଚି ହତ୍ୟା କରିଥିବା ଜଣାପଡ଼ିଛି । ଖବରପାଇ ଘଟଣାସ୍ଥଳରେ ସାରଙ୍ଗଡ଼ ଥାନା ପୋଲିସ୍ ପହଁଚି ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ସାରଙ୍ଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବା ସହ ହତ୍ୟାକାରୀ ସାରଙ୍ଗଡ଼ ଥାନା ପୁରୁଣା ସାହିର ମନୋଜ ଓରଫ୍ ଉଲୁ କୁ ଥାନାରେ ଅଟକ ରଖିଛି ପୋଲିସ୍ । ଅନ୍ୟପଟେ ହତ୍ୟାକାଣ୍ଡ ଘଟିଥିବା ସ୍ଥାନରୁ ପୋଲିସ୍ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି । ହତ୍ୟାକାଣ୍ଡରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତି ସାରଙ୍ଗଡ଼ ଥାନା ପୁରୁଣା ସାହିର ଜିତେନ୍ଦ୍ର ପୁଜାରୀ ହୋଇଥିବା ଜଣାପଡ଼ିଛି । ତଦନ୍ତ ପରେ ହତ୍ୟାକାଣ୍ଡର ସତ୍ୟତା ଜଣାପଡ଼ିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।

କନ୍ଧମାଳ ରୁ ଜୟ ସେନ ପରିଡା ଙ୍କ ରିପୋର୍ଟ 

Related posts

ଭଞ୍ଜନଗର ପୌର ଅଧ୍ୟକ୍ଷଙ୍କ ଘରକୁ ବୋମାମାଡ଼ ; ପୁଲିସର ଛାନଭିନ୍

ଘରେ ପଶି ସ୍ୱାମୀ ସ୍ତ୍ରୀ ଙ୍କୁ ଖଣ୍ଡା ହାଣୀ ପକାଇଲେ କିଛି ଦୁର୍ବୃତ୍ତ 

Sunil Chandra Nayak

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତ ଦେହ ଜମିହୁଡ଼ାରୁ ଉଦ୍ଧାର, କାରଣ ଅସ୍ପଷ୍ଟ, ପୋଲିସର ତଦନ୍ତ ଜାରି

masiha

Leave a Comment

error: Content is protected !!