ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୌଶିକ ବାବା ଯୁକ୍ତ ତିନି ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳିତ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲlମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଙ୍ଗା ଗ୍ରାମର କୌଶିକ ବାବା ଯୁକ୍ତ ତିନି ମହାବିଦ୍ୟାଳୟରେ ଯୁବ ରେଡ଼କ୍ରସ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ଯୁବ ରେଡ଼କ୍ରସ ଅଧିକାରୀ ତଥା ଅଧ୍ୟାପକ ସମୀର ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ପ୍ରଧାନ ଶିକ୍ଷକ ତଥା ପିରବତୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରତିଷ୍ଠାତା ଶ୍ରୀଯୁକ୍ତ ମୁରଲୀଧର ରଣା, ସମ୍ମାନିତ ଅତିଥି ଭାବରେ ଜାତୀୟ ସେବା ଯୋଜନା ଅଧିକାରୀ ତଥା ଅଧ୍ୟାପକ ରବି ମାଝୀ, ଅଧ୍ୟାପକ କସ୍ତୁଭ ସାହୁ, ଗ୍ରନ୍ଥାଗାରିକ ବସନ୍ତ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିବା ବେଳେ ଇଂରାଜୀ ଅଧ୍ୟାପକ ମାନସ ରଞ୍ଜନ ବାଗ ମଞ୍ଚ ପରିଚାଳନା କରିଥିଲେ l ମୁଖ୍ୟ ଅତିଥିଙ୍କ ଦ୍ୱାରା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା l ସଭାଶେଷରେ ଇତିହାସ ଅଧ୍ୟାପକ କସ୍ତୁଭ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l ଏଥିରେ ଡୋଲେଶ୍ୱର ରଣା ଏବଂ ଛାତ୍ରଛାତ୍ରୀମାନେ ସହଯୋଗ କରିଥିଲେ l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଚାପେ ଚର୍ଚ୍ଚା ରେ ରାଜ୍ୟ ସଭାପତି ମନମୋହନ ସାମଲ 

masiha

ରେଗଡା: ୨୦୧୩ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ ପ୍ରସ୍ତୁତି ବୈଠକ

masiha

କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ଆଳି ଏବଂ ପଟ୍ଟାମୁଣ୍ଡାଇ ଗସ୍ତ, ଓ ବାତ୍ୟା ପ୍ରସ୍ତୁତି ସମୀକ୍ଷା

Sunil Chandra Nayak

Leave a Comment

error: Content is protected !!