ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
କ୍ରୀଡ଼ା

ବଲାଙ୍ଗିର ଇନଡୋର ଷ୍ଟାଡିୟମ୍ ରେ ଆରମ୍ଭ ହେଲା ରାଜ୍ୟ ସ୍ତରୀୟ ବ୍ୟାଡମିଣ୍ଟନ ରେଙ୍କିଂ ପ୍ରତିଯୋଗିତା

ବଲାଙ୍ଗିର,୧୩/୦୧ ସ୍ଥାନୀୟ ପିଆର ହାଇସ୍କୁଲ ବ୍ୟାଡମିଣ୍ଟନ ଇନଡୋର ଷ୍ଟାଡିଅମ ଠାରେ ଆଜି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇ ବିଧିବଦ୍ଧ ଭାବେ ୯, ୧୧,୧୫ ଓ ୧୭ ବର୍ଷ ବର୍ଗର ରାଜ୍ୟ ବ୍ୟାଡମିଣ୍ଟନ ରେଙ୍କିଂ ପ୍ରତିଯୋଗିତାକୁ ଉଦଘାଟନ କରିଛନ୍ତି । ପ୍ରତିଯୋଗିତାର ସାଗଂଠନିକ ସଂପାଦକ ସୁରୁଲାଲ ମଟାରୀଙ୍କ ସଂଯୋଜନାରେ ଆୟୋଜିତ ଉଦଘାଟନୀ କାର୍ଯ୍ୟକ୍ରମରେ ଶ୍ରୀ ମିଶ୍ର ନିଜ ବକ୍ତବ୍ୟରେ କହିଛନ୍ତି ଯେ, ବହୁ ଶୀଘ୍ର ବଲାଙ୍ଗିର ଏକ ସ୍ପୋର୍ଟସ ହବ୍‌ରେ ପରିଣତ ହେବ । ଜିଲ୍ଲାରୁ ବିଭିନ୍ନ ଖେଳର ଅନେକ ଖେଳାଳି ରାଜ୍ୟ ଓ ଜାତୀୟ ସ୍ତରରେ ପ୍ରତିନିଧିତ୍ୱ କରୁଛନ୍ତି । କିନ୍ତୁ ଭିତ୍ତିଭୂମି ଅଭାବ ଦୃଷ୍ଟିରୁ ସେମାନେ ତାଙ୍କ ଖେଳ ସ୍ତରରେ ଉନ୍ନତି କରି ପାରୁ ନଥିଲେ, କିନ୍ତୁ ବର୍ତ୍ତମାନ ଆଉ ସେ ସ୍ଥିତି ନାହିଁ । ଏହି ଇନଡୋର ଷ୍ଟାଡିଅମ ଆଗାମୀ ଦିନରେ ଅନେକ ଜାତୀୟ ସ୍ତରର ଖେଳାଳି ପ୍ରସ୍ତୁତ କରିବ ବୋଲି ଶ୍ରୀ ମିଶ୍ର କହିଥିଲେ । ସମ୍ମାନୀତ ଅତିଥି ଭାବେ ବଲାଙ୍ଗିର ଜିଲ୍ଲାପାଳ ଚଂଚଲ ରାଣା ,ଏସିଆର ସର୍ବବୃହତ ଅଣ୍ଡା ଉତ୍ପାଦନକାରୀ ଫାର୍ମର ପରିଚାଳନା ନିର୍ଦ୍ଦେଶକ ସମରେନ୍ଦ୍ର ମିଶ୍ର ସମ୍ମାନୀତ ଅତିଥି ,ବଲାଙ୍ଗିର ଏସପି ନିତିନ କୁଶଲକର ବ୍ୟାଡମିଣ୍ଟନ ସଂଘର ଉଦ୍ୟମକୁ ପ୍ରଶଂସା କରିବା ସହ ବ୍ୟାଡମିଣ୍ଟନ ପାଇଁ ସମସ୍ତ ସହଯୋଗ ଯୋଗଇ ଦିଅଯିବ ବୋଲି କହିଥିଲେ । ପିଆର ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋଷିନୀ ସେଠି, ମଞ୍ଚାସୀନ ଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରୁ ଅତିଥିମାନଙ୍କୁ ଜିଲ୍ଲା ସଂଘର କାର୍ଯ୍ୟକର୍ତ୍ତା ମାନେ ଫୁଲତୋଡା ଦେଇ ସ୍ୱାଗତ କତିବା ସହ ମଞ୍ଚକୁ ପାଛୋଟି ନେଇଥିଲେ । ମଞ୍ଚରେ ସମସ୍ତ ଅତିଥିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସମ୍ବର୍ଦ୍ଧନା ପର୍ବ ପରେ ମୁଖ୍ୟ ଅତିଥି ଶ୍ରୀ ମିଶ୍ର ଫିତା କାଟି ଖେଳ ଆରମ୍ଭ ଘୋଷଣା କରିଥିଲେ । ପ୍ରଥମ ଦିନରେ ମିନି ଓ ସବ୍ ଜୁନିଅର ବର୍ଗର ସମୁଦାୟ ୮୫ଟି ମ୍ୟାଚ୍ ହେବା ସୂଚନା ରହିଛି । 

ବଲାଙ୍ଗୀର ରୁ ଶରତ ଚନ୍ଦ୍ର ମିଶ୍ର ଙ୍କ ରିପୋର୍ଟ୍ 

Related posts

`ଢେଙ୍କାନାଳ ପାଇଁ ସ୍ୱର୍ଣ୍ଣ ଆଣିଲେ କୀର୍ତ୍ତିରାଣୀ`

Sunil Chandra Nayak

ଜବାହାର ଉଚ୍ଚ ବିଦ୍ୟାଳୟର ୨ ଛାତ୍ର ରାଜ୍ୟ କ୍ରିକେଟ ଚାମ୍ପିୟନସିପ ପାଇଁ ମନୋନୀତ

Sunil Chandra Nayak

ଲାଠିକଟା ବ୍ଲକସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦଯାପିତ

Sunil Chandra Nayak

Leave a Comment

error: Content is protected !!