ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଦ୍ୟୁତ ଆଘାତ ଲାଗି ଜଣେ ମୃତ

ଡାବୁଗାଁ, ୧୮/୧ (ମ ନି ସ)- ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ଡୁମୁଣିଗୁଡା ଗ୍ରାମର ଯଦୁ ସିଂ (୫୦) ଙ୍କର ବିଦ୍ୟୁତ ଆଘାତ ରେ ବୁଧବାର ଅପରାହ୍ନ ରେ ମୃତ୍ୟୁ ଘଟିଛି | ସୂଚନାଯୋଗ୍ୟ:- ଡାବୁଗାଁ ଥାନା ଅଧୀନ ଡୁମୁଣିଗୁଡା ଗ୍ରାମର ଯଦୁ ସିଂ ଆଜି ଅପରାହ୍ନ ୪ ଘ. ସମୟରେ ନିଜ ମକା ଜମିରେ କିଛି କାଠ ଧରି ଗୋଟିଏ ଜାଗାରୁ ନେଇ ଅନ୍ୟ ସ୍ଥାନକୁ ନେଉଥିବା ବେଳେ ବିଦ୍ୟତ ତାର ସଂସ୍ପର୍ଶରେ ଆସିବାରୁ ବିଦ୍ୟୁତ ଆଘାତ ଲାଗିବାରୁ ସେ ତଳେ ପଡିଯାଇଥିଲେ | ତାଙ୍କୁ ସଙ୍ଗେ ସଙ୍ଗେ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ | ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ | ଏନେଇ ମୃତକର ପୁଅ ପ୍ରକାଶ ସିଂ ଡାବୁଗାଁ ଥାନାରେ ଏତଲା ଦେଇଥିଲେ | ଉକ୍ତ ଏତଲାକୁ ଭିତ୍ତି କରି ଥାନା ଇନିସ୍ପେକ୍ଟର ଚନ୍ଦନ ସାହୁ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ପଞ୍ଚନାମା କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ | ଗୁରୁବାର ଶବ ବ୍ୟବଚ୍ଛେଦ କରାଯାଇ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ ସୂଚନା ଦେଇଛି | ଏନେଇ ଥାନା କେସ ନଂ ୩/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ବନ୍ଧୁଗାଁ ବ୍ଲକରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମାଧ୍ୟମରେ ମିଶନ ଶକ୍ତିର ମାଆ ମାନଙ୍କୁ ବିନା ସୁଧରେ ୧୦ ଲକ୍ଷ ଋଣ ଓ ଏସ ଏଚ ଜି ଙ୍କୁ ସୁଧ ଟଙ୍କା ଫେରସ୍ତ

masiha

ରକ୍ତ ରକ୍ତକୁ ବାନ୍ଧିଛି ସମ୍ପର୍କର ଡୋରୀରେ ,କଳାହାଣ୍ଡି,ନୂଆପଡା ,ବଲାଙ୍ଗିରର ଠାକୁର ବର୍ଗର କୌଶିଳ ପରିବାର ଏକତ୍ରିତ 

masiha

ଜଗଦା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଘରହିଁ ବିଦ୍ୟାଳୟ ପ୍ରକଳ୍ପ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!