ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ପ୍ରଧାନମନ୍ତ୍ରୀ ଆଵାସ ଯୋଜନାରେ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦେବା ପାଇଁ ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

କୋକସରା,୨୫/୧- ପ୍ରଧାନମନ୍ତ୍ରୀ ଆଵାସ ଯୋଜନାରେ ଯୋଗ୍ୟ ହିତାଧିକାରୀ ଚୟନରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି । କଳାହାଣ୍ଡି ଜିଲ୍ଲା କୋକସରା ମଣ୍ଡଳ ଭାରତୀୟ ଜନତା ପାର୍ଟି ପକ୍ଷରୁ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ସଭାପତି ଦୁର୍ଗା ପ୍ରସାଦ ପ୍ରଧାନୀଙ୍କ ନେତୃତ୍ୱରେ କୋକସରା ଗୋଷ୍ଠି ଉନ୍ନୟନ ଅଧିକାରୀଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯାଇଛି । ଅଯୋଗ୍ୟ ହିତାଧିକାରୀଙ୍କୁ ଆଵାସ ଯୋଜନାରୁ ବାଦ ଦେଇ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ କୋକସରା ବିଡ଼ିଓ ଉତ୍ତମ କୁମାର ବାଗଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଦାବିପତ୍ର ପ୍ରଦାନ ସମୟରେ ଜିଲ୍ଲା ସମ୍ପାଦକ ଗୋଦାବରୀଶ ପାତ୍ର, କୋକସରା ବ୍ଲକ ସାଂସଦ ପ୍ରତିନିଧି ସୁଧୀର କୁମାର ପାତ୍ର, ମଣ୍ଡଳ ପ୍ରଭାରୀ ଗରୁଡ଼ ଧ୍ୱଜ ମାଝୀ, ଉପ ସଭାପତି ମୁକୁନ୍ଦ ପଟ୍ଟନାୟକ, ରଜନୀକାନ୍ତ ପଣ୍ଡା, ଗୋପାଳ ଅଗ୍ରୱାଲ, ନୀଳକଣ୍ଠ ମାଝୀ, ଗୋପୀଚାନ୍ଦ ନାଏକ, ଆମପାଣି ମଣ୍ଡଳ ସଭାପତି ଅର୍ଜୁନ ଭାଟି, ସମ୍ପାଦକ ମଧୁବନ ପାତ୍ର, ଧର୍ମାନନ୍ଦ ନେଗି, ଓ ବିଜେପିର ଅନେକ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ।

ମସିହା ନିୟୁଜ୍ ସର୍ଭିସ୍ 

Related posts

ନିର୍ବାଚନ ମଇଦାନରେ ମୁହାଁ ମୁହିଁ ହେବେ ବିଜେଡି-କଂଗ୍ରେସ — ମନୋହର ବନାମ୍ ଲିପିକା ଲଢେଇ– 

masiha

ଆମ୍ବେଦକରଙ୍କ ୧୩୨ତମ ଜନ୍ମ ଜୟନ୍ତୀ ପାଳନ କଲା ଜାତୀୟ କଂଗ୍ରେସ

Sunil Chandra Nayak

ନୂତନ ସଭାପତି ଚୟନ ପରେ ବେଲଗୁଣ୍ଠାରେ କଂଗ୍ରେସ୍ ର ଜିଲ୍ଲା ସ୍ତରୀୟ ସାଂଗଠନିକ ବୈଠକ

Sunil Chandra Nayak

Leave a Comment

error: Content is protected !!