ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁରେ ସାଧାରଣତନ୍ତ୍ର ଦିବସ ପାଳିତ

ଡାବୁଗାଁ, ୨୬/୧ (ମ॰ନି॰ସ॰)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ, ତହସିଲ କାର୍ଯ୍ୟ|ଳୟ, ଥାନା, ପୋଷ୍ଟ ଅଫିସ, ମହିଳା ଓ ଶିଶୁ ବିକାଶ କାର୍ଯ୍ୟ|ଳୟ, ସାମ୍ବାଦିକ ସଂଘ କାର୍ଯ୍ୟ|ଳୟ, ଡ୍ରାଇଭର ମହାସଂଘ ଓ ବିଭିନ୍ନ ସରକାରୀ ବେସରକାରୀ କାର୍ଯ୍ୟ|ଳୟ ଓ ବିଦ୍ୟାଳୟ ଗୁଡିକରେ ସାଧାରଣତନ୍ତ୍ର ଦିବସ ଗୁରୁବାର ପାଳିତ ହୋଇଯାଇଛି | ଏହା ସହ ଡାବୁଗାଁ ବ୍ଲକ ସଦରମହକୁମା ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମନୋହର ରନ୍ଧାରୀ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ | ଅନୁଷ୍ଠିତ ପାରେଡରେ ମୋଟ ୧୩ ଟି ପାରେଡ ଗ୍ରୁପ ଭାଗ ନେଇଥିଲେ | ଏଥିରେ ଡାବୁଗାଁ ଓଡିଶା ଆଦର୍ଶ ବିଦ୍ୟାଳୟ ପରେଡରେ ପ୍ରଥମ ହୋଇଥିବା ବେଳେ ଜେଆରସି ବାଳକ (୨ୟ) ଓ ଗାଇଡ ଗ୍ରୁପ (୩ୟ) ସ୍ଥାନ ଅଧିକାର କରିଥିଲେ | ମୁଖ୍ୟ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରଯାଇଥିଲା | ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ବିଡିଓ ଶରତ ମାଝି, ତହସିଲଦାର କୃଷ୍ଣଚନ୍ଦ୍ର ଦାଶ, ଏବିଡିଓ ପଦ୍ମନାଭ ତ୍ରିପାଠୀ, ସାଂସଦ ପ୍ରତିନିଧି ଏମ॰ଆପ୍ପା ରାଓ, ରାଜ୍ୟ ସଭା ସାଂସଦ ପ୍ରତିନିଧି ରାମାରାଓ ଚୌଧୁରୀ, ଜିଲା ପରିଷଦ ସଭ୍ୟ ଗୁପ୍ତ ବିଶୋୟୀ, ସୁରେନ୍ଦ୍ର କୁମାର ମିଶ୍ର, ବିଧାୟକ ପ୍ରତିନିଧି ଏମ୍॰ ବୁଲୁ ରାଓ, ସହକାରୀ ନିର୍ବାହୀ ଯନ୍ତ୍ରୀ ମାନସ କୁମାର ନେଟୀ, ଶିକ୍ଷକ ହେମନ୍ତ କୁମାର ସାମଲ,ବଲ୍ଲଭ ନାରାୟଣ ପଣ୍ଡା, ଜିତେନ୍ଦ୍ର କୁମାର ମାଝୀ, ଅମୂଲ୍ୟ ଦଳାଇ, ଶିକ୍ଷୟତ୍ରୀଶିକ୍ଷକ, ଛାତ୍ରୀଛାତ୍ର ମାନେ ଯୋଗ ଦେଇଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ମଣି ବରାଳ ପରିବାର ତରଫରୁ ବନ୍ଧୁ ମିଳନ କାର୍ଯ୍ୟକ୍ରମ 

masiha

ଉଠୋ ଜାଗୋ ମହୋତ୍ସବ ଯୁବଯାତ୍ରା ପ୍ରସ୍ତୁତି ବୈଠକ

Sunil Chandra Nayak

ମୋ ଭାରତ କଳାହାଣ୍ଡି ଶାଖା ତରଫରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

masiha

Leave a Comment

error: Content is protected !!