ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ସଦର ମହକୁମାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ରାୟଗଡା : ୦୬/୦୨/୨୦୨୩ : ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦରମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,, ଉପଜିଲ୍ଲାପାଳ ଭୀମସେନ ଶବର, ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ାକ୍ତର ଲାଲମୋହନ ରାଉତରାୟ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ଜିଲ୍ଲା ଯୋଗାଣ ଅଧିକାରୀ,ନିର୍ବାହି ଯନ୍ତ୍ରୀ ଗ୍ରାମୀୟ ଜଳ ଯୋଗାଣ , ଅଭିଯୋଗ ଶୁଣାଣି ଦାୟିତ୍ୱରେ ଥିବା ଡେ଼ପୁଟି କଲେକଟ୍ରର ଅନ୍ୱେଷl ଦlଶ, ଜିଲ୍ଲା ଆପlତକାଳୀନ ଅଧିକାରୀ ସୁକାନ୍ତ କୁମାର ପ୍ରଧାନ ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ତହସିଲଦାର ତାପସ କୁମାର ରାଉତ,ବିଡ଼ିଓ ଲଷ୍ମୀ ନାରାୟଣ ସାବତ, ପୌର ନିର୍ବାହୀ ଅଧିକାରୀ ୟାସିର ବିଲଲ ଅହମଦ,ଅନ୍ୟାନ୍ୟ ଜିଲ୍ଲା ସ୍ଥାରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଆଜି ମୋଟ ୫୦ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ୪୬ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୪ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ପାଇଁ ଥିଲା l ଜଣକୁ ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ଓ ଦୁଇ ଜଣକୁ ରେଡ୍କ୍ରସରୁ ସହାୟତା ଦିଆଯାଇଛି l ଜିଲ୍ଲାପାଳ ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ରାୟଗଡ଼ା ରୁ ଗୌରୀ ପଟନାୟକ ଙ୍କ ରିପୋର୍ଟ 

Related posts

ସିନାପାଲିରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ୧୧୧ଟି ଅଭିଯୋଗର ଶୁଣାଣି, ରେଡକ୍ରସ ପାଣ୍ଠିରୁ ଦୁଇ ଜଣଙ୍କୁ ଆର୍ଥିକ ସହାୟତା

Sunil Chandra Nayak

Saradiya Bandhu Milan held of 42 Mouza Pratibha Bikash Pratisthan.

masiha

ଡିସେମ୍ବର ୨୨ରୁ ସ୍ମାରକୀ ଜାତୀୟ ନାଟକ ମହୋତ୍ସବ – ୨୦୨୪ ସମ୍ବର୍ଦ୍ଧିତ ହେବେ ବସନ୍ତ, ମନୋଜ, କାହ୍ନୁଚରଣ ଏବଂ ଆଶୁତୋଷ….

masiha

Leave a Comment

error: Content is protected !!