ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଦର୍ଶ ପାଠାଗାରର ନବମ ସଂଧ୍ୟା

ରାଉରକେଲା/ ଆଦର୍ଶ ପାଠାଗାର ଆୟୋଜିତ ୨୮ତମ ପୁସ୍ତକ ମେଳା ର ନବମ ସଂଧ୍ୟାରେ ସମ୍ବାଦ ସାହିତ୍ୟ ଘର ତରଫରୁ ସାହିତ୍ୟ ଚର୍ଚ୍ଚା ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଆଲୋକ ମଲ୍ଲିକଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆରଏସପିର ମହାପ୍ରବନ୍ଧକ ବିଜୟ କୁମାର ରାଉତ ମୁଖ୍ୟଅତିଥି ଓ ସମ୍ମାନିତ ଅତିଥି ଭାବେ ରିମ୍ସର ଅଧ୍ୟକ୍ଷା ନଳିନୀ ପ୍ରଭା ପଟ୍ଟନାୟକ ସମ୍ମାନିତ ଅତିଥି ଓ ଅଧ୍ୟାପିକା ପ୍ରଣତୀ ବେହେରା ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଆଲୋଚ୍ୟ ବିଷୟ ‘ସାହିତ୍ୟ ର ବିକାଶ ପାଇଁ ପାଠକୀୟ ଅନୁରାଗ’ ସଂପର୍କରେ ଆଲୋଚନା କରିଥିଲେ । ଏହି ଅବସରରେ ରମେଶ ଚନ୍ଦ୍ର ପାତ୍ରଙ୍କ ଦ୍ବାରା ଶାନ୍ତାଳୀ ଭାଷାର ଅନୁବାଦକ ପୁସ୍ତକ ‘ଭାବନା’ ଅତିଥିଙ୍କ ଦ୍ବାରା ଉନ୍ମୋଚନ କରାଯାଇଥିଲା । ଦ୍ୱିତୀୟ ପର୍ଯ୍ୟାୟରେ ବିଭୁ ନାୟକ ଓ କନକଲତା ମିଶ୍ରଙ୍କ ସଂଯୋଜନାରେ କବିତା ଆସର ଅନୁଷ୍ଠିତ ହୋଇଥିଲା । ପ୍ରାରମ୍ଭରେ ଜ୍ୟୋତିର୍ମୟ ଆଚାର୍ଯ୍ୟ ଓ ସାଥୀମାନେ ସ୍ବାଗତ ସଂଗୀତ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମରେ ଉପଦେଷ୍ଟା ବ୍ରଜେନ୍ଦ୍ର ଦାଶ, ସଂପାଦକ ପ୍ରଶାନ୍ତ ଦାସ,ରାମକୃଷ୍ଣ ତ୍ରିପାଠୀ, ମିତା ପ୍ରଧାନ, ସନାତନ ପ୍ରଧାନ; ଅଜୟ ପୂଜାରୀ, ଏଲିନା ମହାନ୍ତି ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ । ଜଗନ୍ନାଥ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ରାଉରକେଲା ମହାନଗରରେ ଅନୁଷ୍ଠିତ ହେଲା ପଥ ଉତ୍ସବ

Sunil Chandra Nayak

ଉଚ୍ଛେଦ ହେଲା ଜବରଦଖଲ

Sunil Chandra Nayak

ଜିପିଏଲଏଫରେ କର୍ମକର୍ତ୍ତା ପରିବର୍ତ୍ତନ କୁ ବିରୋଧ କରି ଇସି ସଙ୍ଘର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ 

Sunil Chandra Nayak

Leave a Comment

error: Content is protected !!