ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଟ୍ରକ ବାଇକ ମୁହାଁ ମୁହିଁ ଧକ୍କା ୨ ମୃତ୍ୟୁ

କାମାକ୍ଷାନଗର -(ମନିସ )୧୧/୦୨/୨୩ // ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଏନ.ଏଚ ୫୩ ମୁଣ୍ଡେଇଲ ଗ୍ରାମ ଛକ ନିକଟରେ ବାଇକ ଟ୍ରକ ମୁହାଁମୁହି ଧକ୍କାହେବା ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଛି |ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଜଣେ ପରଜଙ୍ଗ ଥାନା କନ୍ତୁର ଗ୍ରାମର ମାମୁଦ ସାହୁ, ଅନ୍ୟ ଜଣେ ହେଉଛନ୍ତି କଟକ ଜିଲ୍ଲା ଆଠଗଡ଼ ଥାନା ଧାଇପୁର ଗ୍ରାମର ତାପସ କୁମାର ମାହାରଣା ବୋଲି ଜଣାପଡିଛି|ସୂଚନା ମୁତାବକ ତାପସ ଏକ ବାଇକ ରେ ଆଠଗଡ଼ ରୁ ତାଳଚେର ଅଭିମୁଖେ ଯାଉଥିବା ବେଳେ, ଡିହଡୋଳ ଛକରୁ ମାମୁଦ ଲିଫ୍ଟ ମାଗି ତାଙ୍କ ସହ ଯାଉଥିଲେ |ତେବେ ମୁଣ୍ଡେଇଲ ଛକ ନିକଟରେ ତାଳଚେରରୁ ଆସୁଥିବା ଏକ କୋଇଲା ବୋଝେଇ ଟ୍ରକ ସହ ତାଙ୍କ ବାଇକ ମୁହାଁମୁହିଁ ଧକ୍କା ହୋଇଥିଲା |ଫଳରେ ଘଟଣା ସ୍ଥଳରେ ବାଇକ ରେ ଥିବା ୨ ଜଣ ଗୁରୁତର ଭାବେ ପଡିରହିଥିଲେ |ତେବେ ସ୍ଥାନୀୟ ଲୋକ ଉଭୟଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଗୁରୁତର ଭାବେ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଲୟ ରେ ଭର୍ତି କରିଥିଲେ |ସେଠାରେ ଡାକ୍ତର ଉଭୟ ଙ୍କୁ ମୃତ ଘୋଷଣା କରିଛନ୍ତି |

କାମାକ୍ଷାନଗରରୁ ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ସର୍ଗୀଗୁଡ଼ା ପଞ୍ଚାୟତ ର ପୂର୍ବତନ ସରପଞ୍ଚଙ୍କ ଦେହାନ୍ତ 

masiha

ଲାହାନ୍ତି ଯୁବକ ସଂଘ ତରଫରୁ ୧୫ ତମ ବିପିଏଲ୍ କ୍ରିକେଟ୍ ଟୁର୍ଣ୍ଣାମେଟ୍ ଅନୁଷ୍ଠିତ

masiha

ଓୟୁଜେ କଟକ ଜିଲ୍ଲା ସଭାପତି ବିଶିଷ୍ଟ ସାମ୍ବାଦିକ ପ୍ରଫୁଲ୍ଲ ମହାନ୍ତିଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା

Sunil Chandra Nayak

Leave a Comment

error: Content is protected !!