ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଏମ ରାମପୁରଠାରେ ଅତିରିକ୍ତ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ  ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୧୪.୨.୨୦୨୩ :ଗତ କାଲି ୧୩.୨.୨୦୨୩ ତାରିଖ ଦିନ ଏମ ରାମପୁର ପଞ୍ଚାୟତ ସମିତି ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ନର୍ଲା ବିଧାୟକ ଶ୍ରୀ ଭୂପିନ୍ଦର ସିଂ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସଚିନ ପାୱାର, ବ୍ଲକ ଅଧ୍ୟକ୍ଷା ମନ୍ଦାକିନି ସିଂଦେଓ,ବି ଡି ଓ ବିନୟ କୁମାର ଭୋଇ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୫୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୪ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିଉଜ ସର୍ଭିସ୍ 

Related posts

ଜୁନାଗଡ଼ ଲଙ୍କେଶ୍ୱରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ପାଳିତ

Sunil Chandra Nayak

ନୂଆପଡାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ସମୀକ୍ଷା ବୈଠକ ଅନୁଷ୍ଠିତ l ତାମିଲନାଡୁ ଦମ୍ପତିଙ୍କୁ ପୋଷ୍ୟ ସନ୍ତାନ ପ୍ରମାଣପତ୍ର ପ୍ରଦାନ କଲେ ଜିଲ୍ଲାପାଳ 

Sunil Chandra Nayak

ନାରାୟଣ ପାଟଣା ର ପେଟ୍ରଲ ପମ୍ଫରେ ନାଁ ମିଳୁଛି ପେଟ୍ରଲ ନାଁ ଡିଜେଲ 

masiha

Leave a Comment

error: Content is protected !!