ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତମାଖୁ ନିୟନ୍ତ୍ରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ରାୟଗଡା :- ଆଜି ଉଗ୍ରତାରା କଲେଜ ରେ ମହା ବିଦ୍ୟାଳୟ ସ୍ତରିୟ ତମାଖୁ ନିୟନ୍ତ୍ରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଟି କଲେଜ ର ପ୍ରିନସପାଲ ଶ୍ରୀଯୁକ୍ତ ପ୍ରଭାକର ସାହୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ମୂଖ୍ୟ ଅତିଥି ଭାବେ ଜେମାଦେଇ ପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ଡାକ୍ତର ସୁନୀଲ ମହାପାତ୍ର ଓ PHEO ଶ୍ରୀମତୀ ସଂଯୁକ୍ତା ବେହେରା ମୂଖ୍ୟ ବକ୍ତା ଭାବେ ଯୋଗଦେଇ ବିଦ୍ୟାଳୟ ର ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ନିଶା ସେବନ ର ଅପକରିତା ଓ କୁପ୍ରଭାବ ତଥା ଶରୀର ରେ ହେଉଥିବା ମୂଖ୍ୟ ରୋଗ କ୍ୟାନ୍ସର ବିଷୟରେ ସଚେତନତା କରାଇଥିଲେ। ଡକ୍ଟର ସୁନୀଲ ମହାପାତ୍ର ତାଙ୍କର ବକ୍ତବ୍ୟ ରେ ନିଶା ସେବନ ଦ୍ଵାରା ସମାଜରେ ହେଉଥିବା କୁ ପରିଣାମ ଓ ପରିବାର ରେ ହେଉଥିବା ଅବ୍ୟବସ୍ଥା ବିଷୟରେ ଆଲୋକପାତ କରିଥିଲେ। ବିଦ୍ୟାଳୟ ର ସମସ୍ତ ଅଧ୍ୟାପକ ଉପସ୍ଥିତ ରହି କାର୍ଯ୍ୟକ୍ରମର ସୁପରିଚାଳନା କରିଥିଲେ।

ରାୟଗଡ଼ା ରୁ ଗୌରୀ ପଟନାୟକ ଙ୍କ ରିପୋର୍ଟ

Related posts

ଶତାୟୁ,ବି.ବି.ହାଇସ୍କୁଲ,ଢେଙ୍କାନାଳକୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୩ -୨୪ ପ୍ରଦାନ

masiha

କୋଶଳ ଉଚ୍ଚ ବିଦ୍ୟାଳୟ ପରିସରରେ ଆଚାର୍ଯ୍ୟ ଆଚାର୍ଯ୍ୟା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ 

Sunil Chandra Nayak

କୁସୁମି ବ୍ଳକ ପରିସରରେ ୦ ରୁ ୬ ଵର୍ଷୀୟ ଦିଵ୍ଯାଙ୍ଗ ଶିଶୁଙ୍କ ଚିହ୍ନଟ ଉଦ୍ଦେଶ୍ୟରେ ଅଙ୍ଗନବାଡ଼ି କର୍ମୀଙ୍କ ପାଇଁ କର୍ମଶାଳା

Sunil Chandra Nayak

Leave a Comment

error: Content is protected !!