ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପଂଚାୟତ ନିର୍ବାହୀ ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଲାଞ୍ଜିଗଡ,୨୮/୦୨(ମନିସ)-ଲାଞ୍ଜିଗଡ ବ୍ଲକର ଭଟାଙ୍ଗପଦର ଓ ଲାଖବାହାଲି ପଞ୍ଚାୟତରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟରତ ଅଲେଖ ବିଶି ଅବସର ନେବାକୁ ଯାଉଥିବାବେଳେ ଆଜି ତାଙ୍କ ଉଦ୍ଦେଶ୍ୟରେ ବିଶ୍ୱନାଥପୁରସ୍ଥିତ ବ୍ଲକ ସମ୍ମିଳନୀ କକ୍ଷରେ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏଥିରେ ଲାଞ୍ଜିଗଡ ବିଡିଓ ଜିତେନ୍ଦ୍ର କୁମାର ମିଶ୍ର, ଏବିଡିଓ ବିଭୁତି ଭୂଷଣ ଶତପଥି, ସହକାରୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ, ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ହରିଶ୍ଚନ୍ଦ୍ର ପାତ୍ର, ଜିପିଇଓ ସରୋଜ ପ୍ରଧାନ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଜଗଦୀଶ ବେନିଆଁଙ୍କ ସମେତ ବ୍ଲକ ସ୍ତରୀୟ ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ । ସେହିପରି ବିଭିନ୍ନ ପଞ୍ଚାୟତର ସରପଞ୍ଚ ସମିତିସଦସ୍ୟଙ୍କ ସମେତ ପଞ୍ଚାୟତ ନିର୍ବାହୀ ଅଧିକାରୀମାନେ ଶ୍ରୀ ବିଶିଙ୍କ ଅବସରକାଳୀନ ସମ୍ବର୍ଦ୍ଧନାରେ ଉପସ୍ଥିତ ରହି ତାଙ୍କ ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ ।

ଲାଞ୍ଜିଗଡ଼ ରୁ ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ 

Related posts

“ଜୁନାଗଡ଼ରେ ଶିକ୍ଷା କ୍ଷେତ୍ରରେ ନୂଆ ଅଧ୍ୟାୟ : ଶାଇନିଂ କିଡ୍ସ ୱର୍ଲ୍ଡରେ AI & Robotics Lab ଏବଂ Conference Hall ଉଦ୍ଘାଟିତ”

Sunil Chandra Nayak

ଜଳଧାରା ପ୍ରକଳ୍ପ ଉଦ୍ଘାଟିତ 

masiha

ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଜିଲ୍ଲା ସ୍ତରୀୟ ଏକତା ପଦଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ 

Sunil Chandra Nayak

Leave a Comment

error: Content is protected !!