ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କୁ ନେଇ ବ୍ଲକ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

କୋକସରା,୨୮/୦୨ ଆସନ୍ତା ମାର୍ଚ୍ଚ ୫ ତାରିଖରେ କଳାହାଣ୍ଡି ଜିଲ୍ଲାର କୋକସରା ବ୍ଲକ ଗସ୍ତରେ ଆସି ବହୁ ପ୍ରତିକ୍ଷିତ ଦକ୍ଷିଣ ଓଡ଼ିଶାରୁ ପଶ୍ଚିମ ଓଡିଶାକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ୪ ଥାକିଆ ରାସ୍ତାକୁ ଲୋକାର୍ପଣ କରିବେ। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ପୂର୍ବରୁ ଜିଲ୍ଲା ପ୍ରଶାସନର ଅଧିକାରୀ ତୁହାକୁ ତୁହା ଗସ୍ତରେ ଆସି ଟିକିନିଖି ପ୍ରସ୍ତୁତି ଚୂଡାନ୍ତକୁ ନେଇ ତଦାରଖ କରୁଥିବା ବେଳେ ଆଜି କୋକସରା ବ୍ଲକ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । କୋକସରା ବିଡ଼ିଓ ଦେବବ୍ରତ କରାଟିଙ୍କ ସଭାପତିତ୍ୱରେ ଜିଲ୍ଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂଦେଓ, ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, ଅତିରିକ୍ତ ତହସିଲଦାର ମୋହନ ଚରଣ ଜେନା, ଆମପାଣି ଜିଲ୍ଲା ପରିଷଦ ସଭ୍ୟ ହେମନ୍ତ ମାଝୀ, ବିଧାୟକ ପ୍ରତିନିଧି ମାନସ ରଞ୍ଜନ ବାଗ, ଜିଲ୍ଲା ବିଜେଡି ଯୁବ ସଭାପତି ଆଦିତ୍ୟ ନାରାୟଣ ନନ୍ଦ, ଜିଲ୍ଲା ଯୁବ ସମ୍ପାଦକ ସେନାପତି ନାଏକ, କୋକସରା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼. ତତ୍ୱଦର୍ଶୀ ଦାସ ,ସିଡ଼ିପିଓ ସରୋଜା ଲତା ଦେବୀ, ସହକାରୀ ଯନ୍ତ୍ରୀ ଗୋବିନ୍ଦ ବଲ୍ଲଭ ମହାରଣା ଜିପିଇଓ ନାରାୟଣ ଭୋଇ ଉପସ୍ଥିତ ରହି କୋକସରା ବ୍ଲକ ର ୨୨ ପଞ୍ଚାୟତର ଉପସ୍ଥିତ ସମିତି ସଭ୍ୟ/ସଭ୍ୟା, ସରପଞ୍ଚ ବ୍ଲକରେ କାର୍ଯ୍ୟରତ ଅଧିକାରୀ କର୍ମଚାରୀ, ସ୍ଵାସ୍ଥ୍ୟ ବିଭାଗର ଅଧିକାରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ କର୍ମଚାରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ପ୍ରସ୍ତୁତିକୁ ନେଇ ସବିଶେଷ ଆଲୋଚନା କରିଥିଲେ। ବିଜୁ ଏକ୍ସପ୍ରେସ ୱେ ରାସ୍ତାର ବଡ଼ କେନ୍ଦୁଗୁଡା ଛକରୁ ଆମପାଣି ମଧ୍ୟରେ ୧୫ ଟି ସ୍ଥାନରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯିବା ପାଇଁ ବ୍ୟବସ୍ଥା କରାଯାଇଛି। ଏହି ସ୍ଥାନରେ ସ୍ଥାନୀୟ ଜନ ପ୍ରତିନିଧିଙ୍କ ନେତୃତ୍ୱରେ ମାନବ ଶିକୁଳି କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ଆଇନ ଶୃଙ୍ଖଳା ଭିଡ଼ ନିୟନ୍ତ୍ରଣ ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ନେଇ ସୁଚନା ମିଲିଛି।

ମସିହା ନିଉଜ ସର୍ଭିସ୍ 

Related posts

ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କୁମ୍ଭାରୀପୁଟ ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ l ଯୋଗଦେଲେ ରାୟଗଡ଼ା ବିଜେପି ଜିଲ୍ଲା ଯୁବ ମୋର୍ଚ୍ଚା ଉପ ସଭାପତି ପ୍ରିତମ କୁମାର୍

masiha

ଗୋଲାମୁଣ୍ଡା ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା- ୨୦୨୫ ଅନୁଷ୍ଠିତ

Sunil Chandra Nayak

ମା ତାରିଣୀଙ୍କ ୨୪ ତମ ବାର୍ଷିକ ପ୍ରତିଷ୍ଠା ଉତ୍ସବ 

masiha

Leave a Comment

error: Content is protected !!