ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୋତୋମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ

କୋକସରା,୩/୦୩ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ଗୋତୋମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଶୁକ୍ରବାର ସ୍କୁଲର ପ୍ରଧାନ ଶିକ୍ଷକ ସଞ୍ଜୀବ କୁମାର ପାଢୀଙ୍କ ସଭାପତିତ୍ୱରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂଦେଓ ଓ ଧର୍ମଗଡ ବିଧାୟକ ମୋୖଷଧି ବାଗ, ସମ୍ମାନିତ ଅତିଥି ଭାବେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ଜିଲ୍ଲା ପରିଷଦ ସଭ୍ୟ ହେମନ୍ତ କୁମାର ମାଝୀ, ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାର, ସରପଞ୍ଚ ପଦ୍ମିନୀ ପୁଝାରୀ,ସମିତି ସଭ୍ୟା ଶାମୁକା ନାଏକ, କୋକସରା ବିଇଓ ନେମାଲ ଚନ୍ଦ୍ର ବାଗ, ବିଆରସିସି ତୋଫାନ ମାଝୀ, ନେଗିଗୁଡା ହାଇସ୍କୁଲ ପ୍ରଧାନ ଶିକ୍ଷକ ଯୁବରାଜ ଜାଲ ଯୋଗଦେଇ କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦଘାଟନ କରିବା ପରେ ଛାତ୍ରୀ ମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ। ଏହି ଅବସରରେ ବିଧାୟକ ଛାତ୍ରଛାତ୍ରୀଙ୍କୁ ଭଲ ମଣିଷ ଟିଏ ହେବାପାଇଁ ଶିକ୍ଷା ହିଁ ମୂଳଦୁଆ, ଏଣୁ ଶିକ୍ଷା ପ୍ରତି ଏକାଗ୍ରତା ରଖିବାକୁ ପରାମର୍ଶ ଦେଇଥିଲେ। ପରେ ସ୍କୁଲରେ ଆୟୋଜିତ ବିଭିନ୍ନ ବର୍ଗର ପ୍ରତିଯୋଗିତାରେ ସଫଳ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଉପସ୍ଥିତ ଅତିଥି ମାନେ ଟ୍ରଫି ସହ ମାନପତ୍ର ପ୍ରଦାନ କରି ଉଜ୍ଜଳ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଥିଲେ। ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମକୁ ସ୍କୁଲର ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ ମାନେ ସହଯୋଗ କରିଥିଲେ।

ମସିହା ନିଉଜ ସର୍ଭିସ୍ 

Related posts

ଦାଦନ ଫେରନ୍ତା ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ

masiha

ଵିଜାତଳା ରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ; ୧୨ ଟି ପଞ୍ଚାୟତକୁ ୬ କୋଟି ମଂଞ୍ଜୁର

masiha

ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ବୁକ୍ଷ ରୋପଣ କାର୍ଯ୍ୟକ୍ରମ 

masiha

Leave a Comment

error: Content is protected !!