ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁରରେ ୮୮ ତମ ଵାମନଘାଟୀ ଉପଖଣ୍ଡ ସ୍ତରୀୟ ଓଡିଶା ଦିବସ-୨୦୨୩ ପାଳନ ପାଇଁ ପ୍ରସ୍ତୁତି ବୈଠକ 

 ମୟୂରଭଞ୍ଜ- ୧୬/୩/୨୩ (ମସିହା) ମୟୂରଭଞ୍ଜ ଜିଲ୍ଲାର ଦିତୀୟ ବୃହତ୍ତମ ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ ଶ୍ରୀ ସରୋଜ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆଜି ଅପରାହ୍ନ ୩.୩୦ ରେ ଓଡ଼ିଶା ଦିବସ -୨୦୨୩ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ, ସମାଜସେବୀ , ଆଇନଜୀବୀ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ରହି ଅଂଶ ଗ୍ରହଣ କରି ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ ।

     ଓଡିଶା ଦିବସ ଉପଲକ୍ଷେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ମଧ୍ୟରେ ବକ୍ତୃତା , ଦେଶାତ୍ମବୋଧକ ସଂଙ୍ଗୀତ ଏବଂ ନବମ ଶ୍ରେଣୀ ଛାତ୍ରୀମାନଙ୍କ ମଧ୍ୟରେ ଝୋଟି ଓ ମୁରୁଜ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଏପ୍ରିଲ ୧ ତାରିଖ ଭୋର ୪.୩୦ ଟା ସମୟରେ ରାଇରଙ୍ଗପୁର ସହରରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ପକ୍ଷରୁ ସହରରେ ଡ଼ାକବାଜି ଯନ୍ତ୍ର ଦ୍ବାରା ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ କରାଯିବ ।ସକାଳ ୭ ରୁ ୮ ଘଟିକା ସମୟରେ ସହର ମଧ୍ୟରେ ଥିବା ବିଭିନ୍ନ ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯିବ । ଏପ୍ରିଲ ୧ ତାରିଖ ଦିନ‌ପୂର୍ବାହ୍ନ ୯ ଘଟିକା ସମୟରେ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଓଡ଼ିଶା ଦିବସ ଉପଲକ୍ଷେ ଏକ ସଭା ଅନୁଷ୍ଠିତ ହେବ ।ଏଥିରେ ଦିବଂଗତ ବରପୁତ୍ରମାନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇ ସ୍ମୃତି ଚାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ପରେ ଓଡ଼ିଶା ଦିବସ ଉପଲକ୍ଷେ ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ ।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ 

Related posts

ଭୀମା ପତ୍ରିକାର ଉନ୍ମୋଚନ ସକାଶେ ପ୍ରସ୍ତୁତି ବୈଠକ

Sunil Chandra Nayak

ବିଶ୍ବ ମଧୁମେହ ତଥା ବିଶ୍ବ ଏଡ୍.ସ୍ ଦିବସ ପରିପ୍ରେକ୍ଷିରେ ବିଭିନ୍ନ ପ୍ରତିଯୋଗୀତା ପାଳିତ

masiha

ସ୍ୱଚ୍ଛ ଭାରତ ପାଇଖାନାର ବିକଳ ଅବସ୍ଥା

Sunil Chandra Nayak

Leave a Comment

error: Content is protected !!