ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଦାଦନର ମୃତଦେହ ରଖି ଜାତୀୟ ରାଜପଥ ଅବରୋଧ, କ୍ଷତିପୂରଣ ମିଳିବା ପରେ ହଟିଲା ରାସ୍ତା ଅବରୋଧ

କୋକସରା,୨୯/୩- କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ ମହାଜନଗୁଡା ଗାଁ ର ରୁଦ୍ର ପ୍ରସାଦ ବେଶ୍ରାଙ୍କ ପୁଅ ମହେନ୍ଦ୍ର ବେଶ୍ରା(୨୦) ର ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ଝୁଲନ୍ତା ମୃତ ଦେହ ଠାବ ହୋଇଥିଲା। ତାମିଲନାଡୁ ରାଜ୍ୟର କୋଏମ୍ବାଟୁର ଜଗନ୍ନାଥ ଟେକ୍ସ ଟାଇଲ କମ୍ପାନୀରେ ଆଜିକୁ ୩ ମାସ ତଳେ କାମ କରିବାକୁ ଯାଇଥିଲେ । ସେଠାରେ ସନ୍ଦେହ ଜନକ ମୃତ୍ୟୁ ପରେ କମ୍ପାନୀ ପକ୍ଷରୁ ଶବ ବ୍ୟବଚ୍ଛେଦ ପରେ ମୃତକ ଯୁବକଙ୍କ ଶବକୁ ଆମ୍ବୁଲାନ୍ସରେ ଗାଁକୁ ପଠାଇଥିବା ବେଳେ ମଙ୍ଗଳବାର ଶବ ପହଞ୍ଚିବା ପରେ କ୍ଷତିପୂରଣ ଓ ନ୍ୟାୟ ଦାବିରେ ପରିବାର ପକ୍ଷରୁ ମହାଜନଗୁଡା ଠାରେ ଜାତୀୟ ରାଜପଥ ଅବରୋଧ କରିଥିଲେ। ଖବର ପାଇ ଘଟଣାସ୍ଥଳରେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, କୋକସରା ତହସିଲଦାର ଦେବବ୍ରତ କରାଟି, ଆମପାଣି ଓ କୋକସରା ଥାନା କର୍ମଚାରୀ ପହଞ୍ଚି ରାସ୍ତା ଅବରୋଧରୁ ଓହରି ଯିବାପାଇଁ ଆଲୋଚନା କରିଥିଲେ। କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲଙ୍କ ଉଦ୍ୟମ କ୍ରମେ କମ୍ପାନୀର ମାଲିକ ସହ ଫୋନରେ ଯୋଗାଯୋଗ କରି ଶ୍ରମିକଙ୍କ ପରିବାରକୁ କ୍ଷତିପୂରଣ ବାବଦରେ କମ୍ପାନୀ ୬୦ ହଜାର, ବ୍ଲକ ଉପାଧ୍ୟକ୍ଷ ୫ ହଜାର ଓ କାଉଡୋଳା ସରପଞ୍ଚ ହରିଶ୍ଚନ୍ଦ୍ର ଯୋଜନାରେ ୩ ହଜାର ଆର୍ଥିକ ସହାୟତା କରିବା ସହ ସରକାରୀ ନିୟମ ଅନୁସାରେ କ୍ଷତିପୂରଣ ଯୋଗାଇ ଦିଆଯିବା ନେଇ ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ହଟିଥିବା ଜଣାପଡିଛି। ତେବେ ସକାଳ ୮ ଘଣ୍ଟାରୁ ମଧ୍ୟାହ୍ନ ୧୨ ଘଣ୍ଟା ପର୍ଯ୍ୟନ୍ତ ରାସ୍ତା ଅବରୋଧ ଫଳରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।

ମସିହା ନିଉଜ ସର୍ଭିସ୍ 

Related posts

ରାଇରଙ୍ଗପୁର ଲ୍ଯାମ୍ପ ପରିସରରେ ଲ୍ଯାମ୍ପସ୍ତରୀୟ ସମବାୟ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା

Sunil Chandra Nayak

ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳାରେ ଆମ୍ ଆଦମୀ ପାର୍ଟି ଢେଙ୍କାନାଳ ଶାଖା ପକ୍ଷରୁ ଜଳଛତ୍ର

Sunil Chandra Nayak

ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବ ଓ ବାଣିଜ୍ୟ ମେଳାକୁ ନେଇ ସାମ୍ବାଦିକ ସମ୍ମିଳନୀ 

masiha

Leave a Comment

error: Content is protected !!