ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନିର୍ମାଣ କାମ କରୁଥିବା ବେଳେ ବଡ଼ ଅଘଟଣ: ନାବାଳକର ମଳ ଦ୍ବାରରେ ପଶିଗଲା ଶାବଳ 

ବାଲିଗୁଡ଼ା:01/04/23(ମନିସ): ନିର୍ମାଣ କାମ କରୁଥିବା ବେଳେ ବଡ଼ ଅଘଟଣ ଘଟିଯାଇଥିବା ଜଣାପଡ଼ିଛି । ଛାତରୁ ପଡ଼ିବା ବେଳେ ନାବାଳକର ମଳ ଦ୍ବାରରେ ଶାବଳ ପଶି ଯାଇଥିବା ଜଣାପଡ଼ିଛି । କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ତଳ ସୁବର୍ଣ୍ଣଗିରି ଅଞ୍ଚଳରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଶନିବାର ସକାଳେ ତଳ ସୁବର୍ଣ୍ଣଗିରି ଅଞ୍ଚଳର ସନାତନ ପାଟଗୁରୁଙ୍କ ୧୬ ବର୍ଷର ପୁଅ ଶକ୍ତି ପାଟଗୁରୁ ନିକଟସ୍ଥ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ନିର୍ମାଣ କାମ କରିବା ପାଇଁ ଯାଇଥିଲେ । ଭାଙ୍ଗି ଯାଇଥିବା ଆଜବେଷ୍ଟସ ବାହାର କରିବା ପାଇଁ ଶକ୍ତି ଆଜବେଷ୍ଟସ ଉପରକୁ ଚଢ଼ିଥିଲା ସେହି ସମୟରେ ଘର ଭିତରେ ଅନ୍ୟଜଣେ ଶ୍ରମିକ ଏକ ଶାବଳ ଧରି ଠିଆ ହୋଇଥିଲେ । ଅସାବଧାନତା ଯୋଗୁଁ ଶକ୍ତି ଭଙ୍ଗା ଆଜବେଷ୍ଟସ ରୁ ଖସି ଘର ଭିତରେ ଶାବଳ ଉପରେ ପଡ଼ିବାରୁ ଶାବଳଟି ଶକ୍ତି ର ତଳ ଦ୍ବାରରେ ପଶିଯାଇଥିବା ଜଣାପଡ଼ିଛି । ଘଟଣା ଘଟିବାର ଖବରପାଇ ପରିବାର ଲୋକେ ଶକ୍ତିକୁ ଗୁରୁତର ଅବସ୍ଥାରେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ଶକ୍ତିକୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି । ସେପଟେ ସରକାରୀ ସ୍କୁଲରେ ମରାମତି କାର୍ଯ୍ୟ ନାବାଳକ ଶ୍ରମିକଙ୍କ ଦ୍ବାରା କିଭଳି କରାଯାଉଥିଲା । କେଉଁ ଠିକାଦାର ଏହି କାର୍ଯ୍ୟ କରୁଥିଲେ ଏବଂ କେଉଁ ଅଧିକାରୀ କାର୍ଯ୍ୟ ତଦାରଖ ଦାୟିତ୍ଵରେ ଥିଲେ । ଏଥିସହିତ ନାବାଳକ ଶ୍ରମିକଙ୍କୁ ବିପଦ ସଂକୁଳ କାର୍ଯ୍ୟରେ ନିୟୋଜିତ କିଭଳି କରାଯାଉଥିଲା ଏହାର ତଦନ୍ତ ହେବା ହେବା ସହ ଦୋଷୀ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଜରୁରୀ ବୋଲି ସାଧାରଣରେ ଆଲୋଚନା ହେଉଛି ।

କନ୍ଧମାଳ ଜିଲ୍ଲା କୋଟଗଡରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ପ୍ରକୃତିପ୍ରେମୀ ସନତ କୁମାର ସାହୁ ପାଇଲେ ପ୍ରକୃତି ମିତ୍ର ସମ୍ମାନ

masiha

ଗୋରୁମହିଷାଣୀ ଆଇରନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରେଡକ୍ରସ ଉପରେ ସଚେତନତା କାର୍ଯ୍ୟକ୍ରମ 

masiha

ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି କେନ୍ଦ୍ରକୁ ଉଦଘାଟନ କଲେ ତହସିଲଦାର 

masiha

Leave a Comment

error: Content is protected !!