ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଦିନ ଦ୍ୱିପ୍ରହରରେ ଲୁଟ୍‌:କଳା ପଲସର ଆତଙ୍କ:ବ୍ୟବସାୟୀ ଙ୍କ ଠାରୁ ୧୭ଲକ୍ଷ ରୁ ଉର୍ଧ୍ଵ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କନ୍ଧମାଳ,03/04/23(ମନିସ): କନ୍ଧମାଳ ଜିଲା ଫୁଲବାଣୀ ସହରରେ ସୋମବାର ଦିନ ଦ୍ୱିପ୍ରହରରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଲୁଟେରା ପୋଲିସକୁ ଖୋଲା ଚାଲେଞ୍ଜ ଦେଇ ଫୁଲବାଣୀ ଆକ୍ସିସ୍‌ ବ୍ୟାଙ୍କ ନିକଟରୁ ୧୭ ଲକ୍ଷ ୫୦ ହଜାର ଟଙ୍କା ଝାମ୍ପି ନେଇଛନ୍ତି। ଏନେଇ ବ୍ୟବସାୟୀ ଜଣକ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭତ୍ତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ମୁତବକ, ସଂସ୍କାର ପାତ୍ର ଗ୍ରୋସରି ହୋଲ୍‌ସେଲ ବ୍ୟବସାୟ କରନ୍ତି। ଗତ ୩ଦିନ ହେଲା ବ୍ୟାଙ୍କ ବନ୍ଦ ରହିଥିଲା। ବ୍ୟବସାୟ ଟଙ୍କା ବ୍ୟାଙ୍କରେ ଜମା କରିବାକୁ ପୂର୍ବାହ୍ନ ୧୧ ଟାରେ ସଂସ୍କାରଙ୍କ ଭାଇ ଅଜୟ ଏବଂ କର୍ମଚାରୀ ରମେଶ ପ୍ରଧାନ ସ୍କୁଟିରେ ବାହାରିଥିଲେ। ପ୍ରଥମେ ଷ୍ଟେଟ ବ୍ୟାଙ୍କରେ ଟଙ୍କା ଜମା କରିବା ପରେ ବାକି ୧୭ ଲକ୍ଷ ୫୦ ହଜାର ଟଙ୍କା ଆକ୍ସିସ୍‌ ବ୍ୟାଙ୍କରେ ଜମା କରିବାକୁ ଆସୁଥିଲେ। ହେଲେ ଆକ୍ସିସ୍‌ ବ୍ୟାଙ୍କଠାରୁ ମାତ୍ର ୩୦ ମିଟର ଦୂରରେ ଏକ ପଲ୍‌ସର ବାଇକ୍‌ରେ ୨ଜଣ ଯୁବକ ଆସି ସ୍କୁଟିକୁ ଗୋଇଠା ମାରିଥିଲେ। ଫଳରେ ସେମାନେ ସ୍କୁଟିରୁ ତଳେ ପଡ଼ିଯାଇଥିଲେ। ଏହାର ସୁଯୋଗ ନେଇ ଯୁବକ ଦ୍ୱୟ ଟଙ୍କା ଭର୍ତ୍ତି ବ୍ୟାଗ୍‌କୁ ଝାମ୍ପିନେଇ ଦ୍ରୁତଗତିରେ ସରକୁଲାର ରୋଡ୍‌ ଦେଇ ଫେରାର ହୋଇଯାଇଥିଲେ। ଖବର ପାଇ ଟାଉନ ଥାନା ଅଧିକାରୀ ଅଶୋକ କୁମାର ଗିରି ଆକ୍ସିସ୍‌ ବ୍ୟାଙ୍କ ସମ୍ମୁଖରେ ପହଞ୍ଚି ବ୍ୟାଙ୍କରେ ଲାଗିଥିବା ସିସିଟିଭି ଯାଞ୍ଚ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

କନ୍ଧମାଳ ଜିଲ୍ଲା ରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ବିବାହିତ ମହିଳାଙ୍କ ଆତ୍ମହତ୍ୟା

Sunil Chandra Nayak

ଜୁନାଗଡ:ଜୈନିକା ଯୁବତୀକୁ ଗଣ ଦୁଷ୍କର୍ମ ଘଟଣାରେ ଆଉ ତିନି ଗିରଫ

masiha

ପୁରୀରେ କାର୍ଯ୍ୟରତ ସାମ୍ବାଦିକଙ୍କ ଉପରେ ଦୁଇ ସେବାୟତଙ୍କ ମରଣାନ୍ତକ ଆକ୍ରମଣ ଥାନାରେ ଏତଲା

Sunil Chandra Nayak

Leave a Comment

error: Content is protected !!