ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ସଦର ମହକୁମାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ରାୟଗଡା : 3/04/2023: ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦରମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ଵଧା ଦେବ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ରବିନାରାୟଣ ତ୍ରିପାଠୀ, ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ାକ୍ତର ଲାଲମୋହନ ରାଉତରାୟ, ଆଜି ମୋଟ 49ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ40ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ 9ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ପାଇଁ ଥିଲା l ପାଞ୍ଚ ଜଣକୁ ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ଆର୍ଥିକ ସହାୟତା ଜିଲ୍ଲାପାଳ ପ୍ରଦାନ କରିଥିଲେ l ଏହି ଅଭିଯୋଗ ଶିବିରରେ ପ୍ରକଳ୍ପ ପ୍ରଶାସକ ଆଇଟିଡି ଏ ଦିଲ୍ଲୀପ ବେହେରା , ପ୍ରକଳ୍ପ ନିର୍ଦ୍ଧଶକ ଜଳବିଭାଜିକା ମିଶନ,ଡ଼ଃ. ଦୟlନିଧି ବାଗ, ଜିଲ୍ଲା ଯୋଗାଣ ଅଧିକାରୀ,ନିର୍ବାହି ଯନ୍ତ୍ରୀ ଗ୍ରାମୀୟ ଜଳ ଯୋଗାଣ ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ତହସିଲଦାର ତାପସ କୁମାର ରାଉତ,ବିଡ଼ିଓ ଲଷ୍ମୀ ନାରାୟଣ ସାବତ,ଜିଲ୍ଲା କର୍ମ ନିୟୋଜନ ଅଧିକାରୀ,ତତ୍ତ୍ୱମୋସି ମହାପାତ୍ର,ଅନ୍ୟାନ୍ୟ ଜିଲ୍ଲା ସ୍ଥାରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ରାୟଗଡ଼ା ରୁ ଗୌରୀ ପଟନାୟକ ଙ୍କ ରିପୋର୍ଟ 

Related posts

ପାଣି ପଞ୍ଚାୟତ ପକ୍ଷ ପାଳିତ ଓ ସଚେତନତା ରଥ ର ଶୁଭାରମ୍ଭ କଲେ ଜଗତସିଂହପୁର ଜିଲ୍ଲା ପ୍ରଶାସନ

Sunil Chandra Nayak

ରାଇରଙ୍ଗପୁର ଜଗନ୍ନାଥ ମନ୍ଦିରରେ ଓଡ଼ିଶା ବ୍ରାହ୍ମଣ ମହାସଭା,ବାମନଘାଟୀ ଶାଖାର ବୈଠକ

ଲାଞ୍ଜିଗଡ଼ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ 

masiha

Leave a Comment

error: Content is protected !!