ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

କଳାହାଣ୍ଡି ବିକାଶ ପରିଷଦ ପକ୍ଷରୁ ‘ଜନଜାଗରଣ ଅଭିଯାନ’

ମା ମାଣିକେଶ୍ଵରୀ ପିଠରେ ପୂଜାର୍ଚନା କରି ଜନଜାଗରଣ ଅଭିଯାନର ଆରମ୍ଭ କଲେ କଳାହାଣ୍ଡି ବିକାଶ ପରିଷଦର ଅଧ୍ୟକ୍ଷା ଡ ସୁନୀତି ମୁଣ୍ଡ 

ସାମଗ୍ରିକ ଭାବରେ ଏକ ବିକଶିତ କଳାହାଣ୍ଡି ଗଠନ ଲକ୍ଷ୍ୟନେଇ କଳାହାଣ୍ଡି ବିକାଶ ପରିଷଦ ପକ୍ଷରୁ ‘ଜନଜାଗରଣ ଅଭିଯାନ’ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁଭାରମ୍ଭ ହୋଇଛି । କଳାହାଣ୍ଡି ଜିଲାର ଚାଷୀଭାଇ ବିଭିନ୍ନ କ୍ଷେତ୍ରରେ ଅବହେଳାର ଶିକାର ହେଉଥିବାବେଳେ ସେମାନଙ୍କୁ ସେମାନଙ୍କ ହକ୍ ଦେବା ପାଇଁ କଳାହାଣ୍ଡି ବିକାଶ ପରିଷଦ ପବିତ୍ର ଅକ୍ଷୟ ତୃତୀୟାରୁ ନିଜର ଅଭିଯାନ ଆରମ୍ଭ କରିଛି । ଏଥି ସହିତ ଜିଲ୍ଲାରେ ଯେଭଳି ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ପରିବହନ, ଶିଳ୍ପ ସ୍ଥାପନ, ସ୍ଥାନୀୟ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ଏବଂ ସର୍ବୋପରି ଏକ ସୁନ୍ଦର ସବୁଜ କଳାହାଣ୍ଡି ଗଢିବା ଏହି ଅଭିଯାନର ଉଦ୍ଦେଶ୍ୟ ବୋଲି ପରିଷଦର ଅଧ୍ୟକ୍ଷା ଡଃ.ସୁନୀତି ମୁଣ୍ଡ୍ କହିଛନ୍ତି । 

ସୋମବାର ଠାରୁ ଏହି ଯାତ୍ରା କଳାହାଣ୍ଡି ଓ ନୂଆପଡା ଜିଲ୍ଲାର ସମସ୍ତ ପ୍ରାନ୍ତକୁ ଯାଇ ଜନସାଧାରଣଙ୍କୁ ସେମାନଙ୍କ ସମସ୍ୟା ଏବଂ ସମବେତ ଭାବରେ ତାହାର ପ୍ରତିକାର ନିମନ୍ତେ ସ୍ୱର ଉଠାଇବାକୁ ପ୍ରେରିତ କରିବ । ଏହି ଅଭିଯାନର ମୁଖ୍ୟ ଶ୍ଲୋଗାନ ଭାବେ- 

‘ସମ୍ମିଳିତ ପ୍ରୟାସ କଳାହାଣ୍ଡିର ବିକାଶ’, ‘ଆମର ପ୍ରୟାସ ସୁସ୍ଥ କଳାହାଣ୍ଡି’, ‘ଆମର ଲକ୍ଷ ଶିଳ୍ପ ସମୃଦ୍ଧ କଳାହାଣ୍ଡି’, ‘ଆମର ପରିକଳ୍ପନା ସବୁଜ ସୁନ୍ଦର କଳାହାଣ୍ଡି’, ‘ଆମର ଚିନ୍ତନ ଶିକ୍ଷିତ କଳାହାଣ୍ଡି’ଗୁଡିକ ନିଆଯାଇଛି । ପ୍ରତିଦିନ ଏହି ଯାତ୍ରା ଅନ୍ତତଃ ୧୨ କିଲୋମିଟର ଯିବ ଏବଂ ଏହି ଅବସରରେ ସଚେତନତା କାର୍ଯ୍ୟକ୍ରମ ସହିତ ପଥପ୍ରାନ୍ତ ସଭାମାନ ଆୟୋଜନ କରାଯିବ । ପାଖାପାଖି ୭୦ ଦିନ ଏହି ଯାତ୍ରା ଚାଲିବ ବୋଲି ଡଃ.ମୁଣ୍ଡ୍ ପ୍ରକାଶ କରିବା ସହିତ ଏଥିରେ କଳାହାଣ୍ଡି ଓ ନୂଆପଡ଼ା ଏହି ଦୁଇ ଜିଲ୍ଲାବାସୀଙ୍କର ପୂର୍ଣ୍ଣ ସହଯୋଗ କାମନା କରିଛନ୍ତି । 

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଵିଜୁଵାବୁଙ୍କ ଅଧୁରାସ୍ବପ୍ନକୁ ପୁରଣ କରିବାକୁ ଗୋଟିଏ ମଞ୍ଚରେ ଶପଥ ନେଲେ ଦୁଇଭାଇ ଧୃଵ ଓ ଅଂଶୁମାନ

masiha

ରାଇବଣିଆ ମଣ୍ଡଳ ବିଜେପି ପକ୍ଷରୁ ନୂତନ କାର୍ଯ୍ୟକର୍ତ୍ତା ମାନଙ୍କୁ ସମ୍ବର୍ଦ୍ଧନା : ୪୦ରୁ ଅଧିକ ପରିବାର ବିଜେପିରେ ସାମିଲ

ବନ୍ଧୁଗାଁ ବ୍ଲକରେ ବିଜେଡିରେ ମିଶିଲେ ୫ ଟି ପଞ୍ଚାୟତରୁ କଂଗ୍ରେସ ଦଳର ୧୭୧ ଜଣ ଓ ବିଜେପି ଦଳର ୧୪୩ ଜଣ କର୍ମୀ

masiha

Leave a Comment

error: Content is protected !!