ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ଗୁରୁତର, ଜିଲ୍ଲା ମୁଖ୍ୟ ହସ୍ପିଟାଲକୁ ସ୍ଥାନାନ୍ତର

କୋକସରା,୨୪/୦୪ କାଳବୈଶାଖୀ ପ୍ରଭାଵରେ ଘର ନିକଟରେ ଏକ ଗଛ ଓହଳି ପଡିଥିବା ବେଳେ ଗଛ ଡାଳକୁ ସଫା କରିବାକୁ ଯାଇ ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ଗୁରୁତର । କୋକସରା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ।କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ସାନପୋଡ଼ାଗୁଡା ପଞ୍ଚାୟତ କୁଳେରଗୁଡା ଗ୍ରାମର ଚିନ୍ତାମଣି ସାଗର (୩୨) ସୋମବାର ସକାଳେ ଘର ନିକଟରେ ଥିବା ଏକ ଗଛ ଝଡ଼ ପବନ ଯୋଗୁ ଭାଙ୍ଗି ପଡ଼ିଥିବାରୁ ଗଛ ଚଢି ଡାଳ କାଟୁଥିବା ବେଳେ ଗଛକୁ ଲାଗିଥିବା ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ଆହତ ହେବାପରେ ପରିବାର ବର୍ଗ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭବାନୀପାଟଣା ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି।

ମସିହା ନିୟୁଜ୍ ସର୍ଭିସ୍ 

Related posts

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ  

masiha

ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଜିଲ୍ଲା ସ୍ତରୀୟ ଶିଶୁ କ୍ରୀଡା ଉତ୍ସବ ଉତ୍ସାହ ୨୦୨୫

Sunil Chandra Nayak

ଡ଼ଙ୍ଗାମୁଣ୍ଡି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭୁତଳ କେନାଲ ଯୋଜନା ଭର୍ଚୁଆଲ ମାଧ୍ୟମରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

masiha

Leave a Comment

error: Content is protected !!