ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ଆଜି ଓଡିଶାରେ ଚାଲିଛି ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍, ହାୱଡାରୁ ଭୁବନେଶ୍ୱର ଅଭିମୁଖେ ବାହାରିଲା ଟ୍ରେନ୍

ତିନୋଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଇବାକୁ କଲେ ଦାବି କେନ୍ଦ୍ର ରେଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ….

ଆଜି ବନ୍ଦେ ଭାରତ ପରୀକ୍ଷାମୂଳକ ଯାତ୍ରା ହେବ।ଏହି ଟ୍ରେନ୍ ହାୱଡ଼ା ଷ୍ଟେସନରୁ ସକାଳ ୬ଟା୧୦ ମିନିଟରୁ ବାହିରିଛି । ଦିନ ୧୧ଟା ୨୨ରେ ଭୁବନେଶ୍ୱର ରେଳ ଷ୍ଟେସନ ପହଞ୍ଚିବ । ୨ ମିନିଟର ରହଣୀ ପରେ ପୁରୀ ବାହାରିବ । ଦିନ ୧୨ଟା ୩୫ରେ ପୁରୀ ପହଞ୍ଚିବ । ବନ୍ଦେ ଭାରତ ଏକ୍ସପ୍ରେସ୍ ପୁରୀରେ କିଛି ସମୟ ରହିବା ପରେ ଅପରାହ୍ନ ୧ଟା ୫୦ରେ ହାୱଡା ଅଭିମୁଖେ ବାହାରିବ ।

ରାତି ୮ଟା ୩୦ରେ ଏହି ଟ୍ରେନ ହାୱଡା ପହଞ୍ଚିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି । ଏହି ପରୀକ୍ଷାମୂଳକ ଯାତ୍ରା ସଫଳ ହେଲାପରେ ଆସନ୍ତା ମେ’ ମାସ ଦ୍ୱିତୀୟ ସପ୍ତାହରୁ ଜନସାଧାରଣଙ୍କ ପାଇଁ ସେବା ଆରମ୍ଭ ହେବ ବୋଲି ସୂଚନା ମିଳିଛି । ପରୀକ୍ଷାମୂଳକ ଭାବେ ଏହି ଟ୍ରେନ ଗଡିବାର ଉଦ୍ଦେଶ୍ୟ ହେଉଛି ଟ୍ରେନକୁ ସୁରୁଖୁରୁରେ ପରିଚାଳନାକୁ ସୁନିଶ୍ଚିତ କରିବା ଏବଂ ଟ୍ରେନ ଦ୍ୱାରା ଦିଆଯାଉଥିବା ସମସ୍ତ ସୁବିଧା ଏବଂ ଅସୁବିଧା ବାବଦରେ ଅବଗତ ହେବା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୯ ଫେବ୍ରୁଆରି ୧୫ ତାରିଖରେ ବନ୍ଦେ ଭାରତ ଏକ୍ସପ୍ରେସକୁ ଶୁଭାରମ୍ଭ କରିଥିଲେ ।

ଦେଶରେ ପ୍ରଥମ ଥର ପାଇଁ ଏହି ଟ୍ରେନ୍ ନୂଆଦିଲ୍ଲୀ ଠାରୁ ବାରଣାସୀକୁ ସେବା ଯୋଗାଇଥିଲା । ସେହିଦିନ ଠାରୁ ଏପର୍ଯନ୍ତ ଦେଶର ୭ଟି ରୁଟରେ ଏହି ଟ୍ରେନ୍ ପରିଚାଳିତ ହେଉଛି । ଆଉ ଏବେ ଭାରତୀୟ ରେଳବାଇର ଏହି ସେମି ଦ୍ରୁତଗାମୀ ଟ୍ରେନ୍ ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଆଗାମୀ ଦିନରେ ପୁରୀରୁ ହାୱଡା ମଧ୍ୟରେ ଚାଲିବ । ଏହି ଟ୍ରେନର ଉଦଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରୁଛନ୍ତି । ତେଣୁ ଆସନ୍ତାମାସରେ ମୋଦୀ ଓଡିଶା ଆସିବା ନେଇ ସମ୍ଭାବନା ରହିଛି ।

ଅପରପକ୍ଷରେ ତିନୋଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଇବାକୁ କଲେ ଦାବି କେନ୍ଦ୍ର ରେଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ ।

କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ପରିବହନ ମନ୍ତ୍ରୀ : । ରାଜ୍ୟରେ ୩ଟି ରୁଟ୍ରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ପୁରୀରୁ ହାୱଡା, ପୁରୀରୁ ରାୟପୁର ଓ ଭୁବନେଶ୍ୱରରୁ ହାଇଦ୍ରାବାଦ ବନ୍ଦେ ଭାରତ ଟ୍ରେନ ଚଳାଚଳ ନେଇ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି । ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ସମ୍ବଲପୁର ଦେଇ ପୁରୀରୁ ରାଉରକେଲା ଚଳାଇବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ରାଜ୍ୟ ଦାବି କରିଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ଫେବୃଆରୀ ୧୫ ତାରିଖରେ ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ଶୁଭାରମ୍ଭ କରିଥିଲେ। 

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ପ୍ରକାଶ ପାଇଲା +୨ ପ୍ରଥମ କଟ୍‌ଅଫ୍‌ ମାର୍କ , କଳା, ବିଜ୍ଞାନ ଓ ବାଣିଜ୍ୟ କଟ୍‌ଅଫ୍‌ ମାର୍କରେ ରେଭେନ୍ସା ଜୁନିଅର କଲେଜ ଆଗରେ

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୫ ପ୍ରସ୍ତାବ ପାରିତ , ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ସବୁ ଗାଁକୁ ନିର୍ମାଣ ହେବ ରାସ୍ତା

Sunil Chandra Nayak

ପର୍ଯ୍ୟଟକ ଙ୍କ ଆକର୍ଷଣ ର କେନ୍ଦ୍ର ବିନ୍ଦୁ ‘ ସାପୁଆ ଜଳ ଭଣ୍ଡାର ‘

Sunil Chandra Nayak

Leave a Comment

error: Content is protected !!