ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ସଦର ମହକୁମାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ରାୟଗଡା : 1/05/2023: ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦରମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ଵଧା ଦେବ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରୋକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ରବିନାରାୟଣ ତ୍ରିପାଠୀ,ଉପଜିଲ୍ଲାପାଳ ରାୟଗଡ, ଭୀମସେନ ଶବର, ପିଏ ଆଇଟିଡ଼ିଏ, ରାୟଗଡ ଦିଲ୍ଲୀପ କୁମାର ବେହେରା, ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ାକ୍ତର ଲାଲମୋହନ ରାଉତରାୟ, ଆଦି ଯୋଗଦାନ କରି ଅଭିଯୋଗ ଶୁଣାଣି କରିଥିଲେ l ଆଜି ମୋଟ 31ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ24ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ 7ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ପାଇଁ ଥିଲା l ଜଣକୁ 20ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ଏବଂ ଆଉ ଜଣକୁ ରେଡ଼କ୍ରସରୁ 10ହଜାର ଟଙ୍କା ଆର୍ଥିକ ସହାୟତା ଜିଲ୍ଲାପାଳ ପ୍ରଦାନ କରିଥିଲେ l ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ, ଅଶୋକ କୁମାର ଶତପଥି,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ତହସିଲଦାର ତାପସ କୁମାର ରାଉତ,ଉଦ୍ୟାନ କୃଷି ଉପନିର୍ଦ୍ଧେଶକ ପତିତପାବନ ସାମାନ୍ତରାୟ, ଜିଲ୍ଲା ପଂଚାୟତ ଅଧିକାରୀ ସକିଲା ଚରଣ, ବାସ୍କେ, ବିଡ଼ିଓ ଲଷ୍ମୀ ନାରାୟଣ ସାବତ,ଜିଲ୍ଲା କର୍ମ ନିୟୋଜନଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଯାଜ୍ଞସେନି ବେହେରା,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ବସନ୍ତ କୁମାର ପ୍ରଧାନ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ସୁରେନ୍ଦ୍ର ଗମାଙ୍ଗ, ପୌର ନିର୍ବାହୀ ଅଧିକାରୀ, ୟାଶୀର ବିଲାଲ ଅହମ୍ମଦ,ଜିଲ୍ଲା କ୍ରୀଡା ଅଧିକାରୀ, ଶେଖ ଆଲେନୁର,ତତ୍ତ୍ୱମୋସି ମହାପାତ୍ର, ସହକାରୀ ନିର୍ବାହୀ ଗ୍ରାମୀୟ ନିର୍ମାଣ ବିଭାଜନ ଚିନ୍ମୟୀ ପଲେଇ,ଶିଳ୍ପ ବିକାଶ ଅଧିକାରୀ ସବ୍ୟସାଚୀ ସାହୁ,ଅନ୍ୟାନ୍ୟ ଜିଲ୍ଲା ସ୍ଥାରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ରାୟଗଡା ରୁ ଗୌରୀ ପଟନାୟକ ଙ୍କ ରିପୋର୍ଟ 

Related posts

ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭାରତରତ୍ନ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ 

masiha

ଧର୍ମଗଡ଼ ବ୍ଲକ ଡୁମେରଗୁଡା ଗ୍ରାମ ପଞ୍ଚାୟତ ଠାରେ “ଆମ ସଂକଳ୍ପ ବିକସିତ ସଂକଳ୍ପ” କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

ବଜ୍ରପାତରେ ଦନ୍ତାହାତୀର ମୃତ୍ୟୁ ସନ୍ଦେହ,ଚୂଡ଼ାନ୍ତ ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା 

Leave a Comment

error: Content is protected !!