ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଜ୍ଯ ସରକାର ଙ୍କୁ ଚରମ ପତ୍ର ପ୍ରଦାନ କଲା ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚ

ନବରଙ୍ଗପୁର :(ମସିହା) ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚ ଓଡିଶା ର ଅଧ୍ୟକ୍ଷ ନାରାୟଣ ଦାସ ଙ୍କ ଅଧ୍ୟକ୍ଷତାରେ ଆଭାସୀ ମାଧ୍ୟମରେ ଏକ ବୈଠକ ଅନୁଷ୍ଠିତ ହେବାପରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି l ପ୍ରକାଶ ଥାଉକି, ଦୀର୍ଘ ବର୍ଷ ହେଲା ଜିଲ୍ଲା ସ୍ତରୀୟ ଅମଲା ମାନଙ୍କର ବେତନରେ ଥିବା ଅସଙ୍ଗତି କୁ ଦୂର କରିବାରେ ରାଜ୍ୟ ସରକାରଙ୍କ ଅବହେଳା ଓ ବୈମାତୃକ ମନୋଭାବ ଉପରେ ଘୋର ଅସନ୍ତୋଷ ଲାଗିରହିଥିଲା l ଏଠାରେ ପ୍ରକାଶ କରା ଯାଇ ପାରେ ଯେ, ରାଜ୍ୟ ସରକାର ୨୦୧୭ ମସିହା ଠାରୁ ଜିଲ୍ଲା ସ୍ତରୀୟ ଅମଲା ମାନଙ୍କ ପ୍ରବେଶିକା ଶିକ୍ଷାଗତ ଯୋଗ୍ୟତା ସ୍ନାତକ ସହିତ କମ୍ପ୍ୟୁଟର ଜ୍ଞାନ କରିଥିଲେ ମଧ୍ୟ ବେତନରେ କୌଣସି ପ୍ରକାର ଅଭିବୃଦ୍ଧି କରି ନାହାଁନ୍ତି l ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ସମଭାବାପନ୍ନ ଅମଲା ସଂଘ ମାନଙ୍କ ପକ୍ଷରୁ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ହୋଇସାରିଛି l କିନ୍ତୁ, ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ଫଳ ଶୂନ୍ୟ ହୋଇଅଛି l ଏହାର ପ୍ରତିବାଦରେ ଆଜିର ବୈଠକରେ ଆଉ ଆଲୋଚନା ନୂହେଁ, ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ ଜରିଆରେ ଦାବି ହାସଲ କରିବାକୁ ହେବ ବୋଲି ମତ ପ୍ରକାଶ କରିଥିଲେ lଯଦି ମଇ ମାସ ଏକୋଇଶ ତାରିଖ ସୁଦ୍ଧା ରାଜ୍ୟ ସରକାର ଜିଲ୍ଲା ସ୍ତରୀୟ ଅମଲା ମାନଙ୍କର ଦାବି ପୂରଣ ନ କରନ୍ତି ତେବେ ମଇ ମାସ ବାଇଶି ତାରିଖରୁ ରାଜ୍ୟର ସମସ୍ତ ଜିଲ୍ଲା ସ୍ତରୀୟ ଅମଲା ମାନେ ମଇ ମାସ ୩୧ ତାରିଖ ପର୍ଯ୍ୟନ୍ତ କଳା ବ୍ୟାଜ୍ ପରିଧାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି l ତଥାପି ରାଜ୍ୟ ସରକାର ଜିଲ୍ଲା ସ୍ତରୀୟ ଅମଲା ମାନଙ୍କ ଦାବି ପୂରଣ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରନ୍ତି, ଜୁନ ମାସ ଏକ ତାରିଖ ଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସମୂହ ଛୁଟିରେ ଯିବା ପାଇଁ ନିଷ୍ପତ୍ତି ନେଇଛନ୍ତି l

ନବରଙ୍ଗପୁର ଜିଲ୍ଲା ରୁ ରବି ନାରାୟଣ ମହାନ୍ତି ଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ସରକାରୀ ଯୋଜନା ରୁ ବଞ୍ଚିତ ,ଭଙ୍ଗାକୁଡିଆ ରେ ଅସହାୟ ବୃଦ୍ଧ ଦମ୍ପତି

Sunil Chandra Nayak

ବ୍ଲକ ସ୍ତରୀୟ ଆଦିବାସୀ କ୍ରୀଡା ଓ ସାଂସ୍କୃତିକ ମହୋତ୍ସବ 

masiha

ଉତ୍କଳ ବିକାଶ ପରିଷଦ ତରଫରୁ ଗାଁ’କୁ ଚାଲ ଅଭିଯାନରେ ସାମିଲ ହେବାକୁ ସଭାପତିଙ୍କ ନିବେଦନ

Sunil Chandra Nayak

Leave a Comment

error: Content is protected !!