ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚଳିତ ମାସ 13ତାରିଖରେ ରାୟଗଡl ଜିଲ୍ଲାରେ ଅନୁଷ୍ଠିତ ହେବ ରାଷ୍ଟ୍ରୀୟ ଲୋକ ଅଦାଲତ

ରାୟଗଡ:-ତା.02/05/23-ରାୟଗଡ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅନୁକୁଲ୍ୟରେ ଏକ ଜିଲ୍ଲା ସ୍ତରୀୟ ଓ ତାଲୁକା ସ୍ତରୀୟ ବିଚାର ବିଭାଗୀୟ ଅଦାଲତ ପରିସରରେ ରାଷ୍ଟ୍ରୀୟ ଲୋକଅଦାଲତ ଆସନ୍ତା ତା. 13/05/23ରିଖ ଶନିବାର ଦିନ ଅନୁଷ୍ଠିତ ହେବାକୁ ଯାଉଅଛି । ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତରେ ବିଚାରାଧୀନ ମକଦ୍ଦମା ଯଥା ଦେୱାନୀ, ଫୌଜଦାରୀ, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟାଙ୍କ ଋଣ, ବିଦ୍ୟୁତ ଓ ଜଳଯୋଗାଣ, ପାରିବାରିକ, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ ବାଉନସ ମାମଲା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରା ଯାଇପାରିବ l ବିଚାରାଧୀନ ମକଦ୍ଦମା ସହ ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାକ ମକଦ୍ଦମା ସ୍ତରୀୟ ତଥା କଚେରୀରେ ଦାୟର ହୋଇ ନଥିବା ବିବାଦର ମଧ୍ୟ ସମାଧାନ କରାଯାଇ ପାରିବ ବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ କୁମାରୀ ନିବେଦିତା ପଣ୍ଡା ସୂଚନା ଦେଇଛନ୍ତି l ଲୋକ ଅଦାଲତରେ କୌଣସି ପ୍ରକାର ଆର୍ଥିକ ବ୍ୟୟ କରିବାକୁ ପଡ଼ୁ ନଥିବାରୁ ଜନ ସାଧାରଣ ଉକ୍ତ ଲୋକ ଅଦାଲତର ସୁଯୋଗ ନେବାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସୂଚନା ଦିଆ ଯାଇଛି l

ରାୟଗଡ଼ା ରୁ ଗୌରୀ ପଟନାୟକ ଙ୍କ ରିପୋର୍ଟ 

Related posts

ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ   ତହସିଲଦାରମାନେ ହେଉଛନ୍ତି ତୃଣମୂଳ ସ୍ତରରେ ରାଜ୍ୟ ପ୍ରଶାସନର ମେରୁଦଣ୍ଡ

masiha

ନବରଙ୍ଗପୁର ଜିଲ୍ଲା ଓ.ୟୁ.ଡବ୍ଲ୍ୟୁ.ଜେ ସାମ୍ବାଦିକ ସଂଘ ର ବାର୍ଷିକ ଉତ୍ସବ ପାଇଁ ପାପଡାହାଣ୍ଡି ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

masiha

ଖଡ଼ିଆଲ ମହୋତ୍ସବ ତୃତୀୟ ସନ୍ଧ୍ୟା

Sunil Chandra Nayak

Leave a Comment

error: Content is protected !!