ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

କେନ୍ଦୁପତ୍ର ହିତାଧିକାରୀଙ୍କୁ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

କେନ୍ଦୁପତ୍ର ହିତାଧିକାରୀ ମାନଙ୍କ ପାଇଁ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି ।ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ଏକ ସର୍ବକାଳୀନ ରେକର୍ଡ ।

ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ।ପ୍ରତ୍ୟେକ ତୋଳାଳୀଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ।

କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାର ହିତାଧିକାରୀମାନେ ଏହି ସହାୟତା ପାଇବେ । ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ।

ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀ ମାନଙ୍କୁ ୮୩ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। କେନ୍ଦୁପତ୍ର ହିତାଧିକାରୀ ମାନେ, ଯେଉଁମାନେ କି ମୁଖ୍ୟତଃ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି, ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଘୋଷଣା ସହାୟକ ହେବ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଦେଶରେ ପ୍ରଥମ ଥର ହେଲା ଜଳସ୍ରୋତର ଗଣନା । ଓଡିଶାରେ ଅଛି ୧.୮୧ ଲକ୍ଷ ଜଳସ୍ରୋତ

Sunil Chandra Nayak

ସରକାରୀ ସ୍କୁଲ ପିଲାଙ୍କୁ ଦିଆଯିବ ନୋଟ୍ ବୁକ୍, ବଜେଟ୍ ପରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ରଖିଲେ ଜବାବ୍

Sunil Chandra Nayak

Dancer who wins hearts,Meet Renowned Odissi Dancer “Sriya Shree Pati”.

masiha

Leave a Comment

error: Content is protected !!