ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ରେ ୨୯ ଟି ଅଭିଯୋଗର ଶୁଣାଣି

ଡାବୁଗାଁ, ୮/୫ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟର ଅଭିଯୋଗ ପ୍ରକୋଷ୍ଠରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ନବରଙ୍ଗପୁର ଜିଲାପାଳ କମଳ ଲୋଚନ ମିଶ୍ରଙ୍କ ଦ୍ଵାରା ୨୯ ଟି ଅଭିଯୋଗ ର ଶୁଣାଣି କରି ତାର ସମାଧାନ ନିମନ୍ତେ ଜିଲାର ଯେଉଁ ବିଭାଗର ଅଭିଯୋଗ ସେହି ବିଭାଗ ଅଧିକାରୀଙ୍କୁ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ୨୯ ଟି ଅଭିଯୋଗ ମଧ୍ୟରୁ ୨୨ ଟି ଅଭିଯୋଗ ବ୍ୟକ୍ତିଗତ ୭ ଟି ଅଭିଯୋଗ ଗୋଷ୍ଠୀଗତ ହୋଇ ଥିବା ବେଳେ ଚାଲାଣଗୁଡା ଗ୍ରାମର ପ୍ରାଥମିକ ବିଦ୍ୟାଳୟ ପାଇଁ ଜମି ଚିହ୍ନଟ କରିବା, ରାଇଘର ବ୍ଲକର ଗାୟତ୍ରୀ ସ୍ଵୟଂ ସହାୟକ ଗୋଷ୍ଠୀକୁ ଛତୁଆ ତିଆରି ନିମନ୍ତେ ଅନୁମତି ପ୍ରଦାନ କରିବା, ଡାବୁଗାଁ ବ୍ଲକ ର ଡ଼ଙ୍ଗରିଗୁଡା ଗ୍ରାମରେ ସଙ୍ଗମ ବାର ଖୋଲାଯିବା ନିମନ୍ତେ, ଡ଼ଙ୍ଗରିଗୁଡା ଓ ଭରତଗୁଡା ଗ୍ରାମର ବିଦ୍ୟାୟାଳୟ ଓ ଅଙ୍ଗନୱାଡି କେନ୍ଦ୍ର ଚାରିପଟେ ପାଚେରୀ ନିର୍ମାଣ ଓ ଗ୍ରାମରେ ନଳକୂପ ଖନନ କରିବା, ଡାବୁଗାଁ ତାରିଣୀ ମନ୍ଦିର ଛକ ଠାରୁ ମାନିଗାଁ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା, ଚାଟିଗୁଡା ଗ୍ରାମର ପାନୀୟ ଜଳ ପ୍ରକଳ୍ପରେ ପମ୍ପ ଅପରେଟର ନିଯୁକ୍ତି ଦେବା ମୁଖ୍ୟ ସମସ୍ୟା ରହିଥିବା ବେଳେ ବ୍ୟକ୍ତିଗତ ସମସ୍ୟାରେ ବଡଓଲମା ପଞ୍ଚାୟତର ପୋଙ୍ଗାଲଗୁଡା ଗ୍ରାମର ୪ ଜଣ ହିତାଧିକାରୀ ଙ୍କ ଜମି ଭାରତମାଳା ପ୍ରକଳ୍ପରେ ଯାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ହିତାଧିକାରୀ ମାନେ ତାଙ୍କର କ୍ଷତିପୂରଣ ପାଇନଥିବା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା | ଏହାସହ ଦିବ୍ୟାଙ୍ଗ ୪ଜଣ ଙ୍କୁ ହୁଇଲ ଚେୟାର, ଜଣେ ଦିବ୍ୟାଙ୍ଗଙ୍କୁ ଆଶାବାଡି, ୮ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ ଓ ୬ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ଭତ୍ତା ଜିଲାପାଳ ଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା | ଏଥିରେ ନବରଙ୍ଗପୁର ଆରକ୍ଷୀ ଅଧିକ୍ଷକ ଏସ. ସୁଶ୍ରୀ, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅନ୍ୟା ଦାସ, ଉପଜିଲାପାଳ ପ୍ରଶାନ୍ତ କୁମାର ରାଉତ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର , ଜିଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣଲତା ବିଶ୍ଵାସ, ଜିଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଜିଲା ମତ୍ସ୍ୟ ଅଧିକାରୀ ରଞ୍ଜିତା ବେହେରା, ଜିଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର, ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଜିଲା ସୂଚନା ଓ ଜନସମ୍ପର୍କ ଅଧିକାରୀ ହଳଧର ନିହାଲ, ଜିଲା ଯୋଗାଣ ଅଧିକାରୀ ସଞ୍ଜୀବ ସାହୁ, ଡାବୁଗାଁ ବିଡିଓ ଶରତ ମାଝି, ତହସିଲଦାର କୃଷ୍ଣ ଚନ୍ଦ୍ର ଦାସ, ସିଡିପିଓ ଗୀତାଞ୍ଜଳି ମହାରଣା, ଡାବୁଗାଁ ବନାଞ୍ଚଳ ଅଧିକାରୀ ସେତୁରଞ୍ଜନୀ ଗମାଙ୍ଗ, ଏବିଡିଓ ପଦ୍ମନାଭ ତ୍ରିପାଠୀ, ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ରାଉତ, ଭାରପ୍ରାପ୍ତ ବ୍ଲକ ପ୍ରାଣୀ ଚିକିତ୍ସାଧିକାରୀ ସାରସ୍ଵତ ସାହୁ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ବନପାଳ ମଧୁସୂଦନ ପାତ୍ର, ଜଳ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ ଶ୍ୟାମସୁନ୍ଦର ବେସ୍ରା, ସବଇନିସ୍ପେକ୍ଟର ବିଜୁରାମ ବାଗ ଓ ଜିଲା ଏବଂ ବ୍ଲକର ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ନଟାକଟା ଗ୍ରାମପଞ୍ଚାୟତରେ ହାତୀପଲ ଆତଙ୍କ 

masiha

ନବରଙ୍ଗପୁର ଠାରେ ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬ ଉପରେ ସଚେତନତା ପଦଯାତ୍ରା ଅନୁଷ୍ଠିତ 

କଟକ ସଦର କନ୍ଦରପୁର ଗ୍ରାମରେ ଭାଗବତ ମେଳଣ ଅନୁଷ୍ଠିତ

masiha

Leave a Comment

error: Content is protected !!