ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ସ୍କୁଲ ରୂପାନ୍ତରଣର ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ଜିଲ୍ଲାମାନଙ୍କୁ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଓ ଭଲକାମ କରିଥିବା ବ୍ଲକମାନଙ୍କ ମଧ୍ୟରୁ ଶ୍ରେଷ୍ଠ ଦଶଟି ବ୍ଲକକୁ ପୁରସ୍କୃତ କରାଯିବ ବୋଲି ୫ଟି ସଚିବଙ୍କ ଘୋଷଣା

ସ୍କୁଲ ରୂପାନ୍ତରଣର ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ଜିଲ୍ଲାମାନଙ୍କୁ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କରାଯିବ। ଆଜି ୩ୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ଶେଷ ଦିବସରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। 

ସ୍କୁଲ ରୂପାନ୍ତରରେ ଭଲ କାମ କରିଥିବା ଜିଲ୍ଲାମାନଙ୍କ ପାଇଁ ପ୍ରଥମ ପୁରସ୍କାର ୩ କୋଟି ଟଙ୍କା, ଦ୍ବିତୀୟ ପୁରସ୍କାର ୨ କୋଟି ଟଙ୍କା ଓ ତୃତୀୟ ପୁରସ୍କାର ଭାବେ ୧ କୋଟି ଟଙ୍କା ଦିଆଯିବ। 

ସେହିପରି ଏ କ୍ଷେତ୍ରରେ ଭଲକାମ କରିଥିବା ବ୍ଲକମାନଙ୍କ ମଧ୍ୟରୁ ଶ୍ରେଷ୍ଠ ଦଶଟି ବ୍ଲକକୁ ପଚାଶ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଭାବରେ ଦିଆଯିବ। ଏହି ପୁରସ୍କାରର ବିସ୍ତୃତ ବିବରଣୀ ଦେଇ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ ରାଜ୍ୟରେ ଶିକ୍ଷା ଉପରେ ଯେତେ ଅଧିକ ପ୍ରତିଯୋଗୀତା ହେବ, ଶିକ୍ଷାର ଗୁଣାତ୍ମକମାନ ସେତେ ବୃଦ୍ଧି ପାଇବ।

ଶ୍ରୀ ପାଣ୍ଡିଆନ କହିଥିଲେ “Let’s celebrate education-ଚାଲନ୍ତୁ ଶିକ୍ଷାକୁ ଆମେ ଏକ ମହୋତ୍ସବ ଭାବେ ପାଳିବା।” ପ୍ରତିଯୋଗୀତା ମନୋଭାବ ନେଇ ଶିକ୍ଷାର ଉତ୍କର୍ଷ ଲାଭ କରିବା। କେବଳ ଜିଲ୍ଲା କିମ୍ବା ବ୍ଲକ୍‌ ନୁହଁ, ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ପ୍ରଧାନ ଶିକ୍ଷକ, ପଞ୍ଚାୟତ ପ୍ରତିନିଧି ଏବଂ ସ୍କୁଲ ପରିଚାଳନା କମିଟିର ସଦସ୍ୟମାନଙ୍କୁ ମଧ୍ୟ ପୁରସ୍କୃତ କରାଯିବ ବୋଲି ଶ୍ରୀ ପାଣ୍ଡିଆନ କରିଥିଲେ।

ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଶେଷ ଦିନରେ ୪ଟି ଜିଲ୍ଲାର ୩୩୫ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି। ଏଥିରେ କଟକ ଜିଲ୍ଲାର ୯୮ଟି ହାଇସ୍କୁଲ, କଳାହାଣ୍ଡି ଜିଲ୍ଲାର ୧୧୫ଟି, ମାଲକାନଗିରି ଜିଲ୍ଲାର ୪୯ଟି ଏବଂ ଯାଜପୁର ଜିଲ୍ଲାର ୭୩ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ସମୁଦାୟ ୨୧୫୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା। ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଥିଲା।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ବଦଳିଲା ଦଶମ ବୋର୍ଡ ପରୀକ୍ଷା ଢାଞ୍ଚା: ଆଉ ହେବନି ସମ୍ମେଟିଭ ପରୀକ୍ଷା, ବର୍ଷ ଶେଷରେ ହେବ ଗୋଟିଏ ବୋର୍ଡ ପରୀକ୍ଷା

୨୨ଟି ପଛୁଆ ବର୍ଗର ଜାତିକୁ ରାଜ୍ୟର ସାମାଜିକ ଓ ଶିକ୍ଷାଗତ ପଛୁଆବର୍ଗ (ଏସଇବିସି) ତାଲିକାରେ ସାମିଲ

Sunil Chandra Nayak

ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ… ରାଜ୍ୟରେ ଚିହ୍ନଟ ହେବେ ନକଲି ଡାକ୍ତର : ସମସ୍ତଙ୍କର ଯାଞ୍ଚ ହେବ ସାର୍ଟିଫିକେଟ୍

Sunil Chandra Nayak

Leave a Comment

error: Content is protected !!