ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୩

ନବରଙ୍ଗପୁର, ୧୩/୦୫(ମସିହା ) ଆଜି ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଦୌରାଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ର ଅଧ୍ୟକ୍ଷ ଶ୍ରୀଯୁକ୍ତ. ସଂଜୀବ ଦୁବେଙ୍କ ନିର୍ଦ୍ଧେଶ କ୍ରମେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୩ ଅନୁଷ୍ଟିତ ହୋଇଯାଇଛି। ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ ସଂଜୀବ ଦୁବେ ଗୋଟିଏ (୧) ଏମ.ଏ.ସି.ଟି. କେସ ଫଇସଲା କରି ଟ.୪୨,୫୦,୦୦୦/- ଟଙ୍କା କ୍ଷତିପୂରଣ ରାଶି ଧାର୍ଯ୍ୟ କରିଛନ୍ତି ଏବଂ ୨ ଗୋଟି Execution Petition କେସ ଫଇସଲା କରି ଟ.୫,୦୩,୭୨୬/- ରୁଣ ଆଦାୟ କରିଛନ୍ତି । ପରିବାର ବିଚାରବିଭାଗୀୟ ଜର୍ଜ ଡକ୍ଟର ମୁନରାନୀ ମିଶ୍ର ୦୯ ଗୋଟି ପାରିବାରିକ ବିବାଦ କେସ ସମାଧାନ କରିଛନ୍ତି ସେଥିମଧ୍ୟରୁ (୧) ଗୋଟିଏ କେସ ରେ ଆପୋଷ ମିଳାମିଶା କରାଇଛନ୍ତି । ବରିଷ୍ଟ ଦେବାନୀ ଜର୍ଜ ଶ୍ରୀମତୀ ଅନ୍ନପୂର୍ଣ୍ଣା ନାୟକ ୭ ଟି ବ୍ୟ।ଙ୍କ ଋଣ ଦେୟ ସମ୍ବଦ୍ଧିୟ ବିବାଦ ର ଫଇସଲା କରି ଟ.୬,୦୩,୭୭୨.୮୦ ଟଙ୍କା ରୁଣ ଆଦାୟ କରିଛନ୍ତି । ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତୀ ରାଜଶ୍ରୀ ଆର୍ଯ୍ୟବାଲା ତ୍ରିପାଠୀ ୨୫ ଟି ଫୌଜଦାରୀ ମକଦ୍ଦମା ର ଫଇସଲା କରିଛନ୍ତି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ସର୍ବମୋଟ ୧୨୩ ଗୋଟି କୋର୍ଟ କେସ ଓ ୧୦୦୭୬ ଗୋଟି ରାଜସ୍ୱ କେସ ର ଫଇସଲା କରାଯାଇ ଟ.୬,୬୬,୭୩୦/- ରାଜସ୍ୱ ଆଦାୟ କରାଯାଇଛି। ବ୍ୟାଙ୍କର ୪ ଟି ପ୍ରାକ ମକଦ୍ଦମା ମଧ୍ୟ ଫଇସଲା କରାଯାଇ ଟ.୩୫,୦୦୦/- ରୁଣ ଆଦାୟ କରାଯାଇଛି। ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ଅତିରିକ୍ତ ଜିଲ୍ଲା ଜର୍ଜ ଶ୍ରୀଯୁକ୍ତ ଶିବ ପ୍ରସାଦ ମିଶ୍ର ଯୋଗ ଦେଇଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ଜନକ ରାଉତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ପରିଚାଳନା କରିଥିବା ବେଳେ କୋର୍ଟର ଆଇନଜୀବୀ ଓ କର୍ମଚାରୀ ସହଯୋଗ କରିଥିଲେ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ହାପି ମୋମେଣ୍ଟସର ପ୍ରତିଭା ରତ୍ନ ସମ୍ମାନ ସମାରୋହ

Sunil Chandra Nayak

ମଞ୍ଜୁ ନାଏକ ହାତେ ଧୈର୍ଯ୍ୟର ମଞ୍ଜୁଆତି 

masiha

ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ 

masiha

Leave a Comment

error: Content is protected !!