ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ-୨୦୨୩, ୩୭୨ ଟି ମାମଲାର ଫଇସଲା

କଳାହାଣ୍ଡି ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ଗୁଡିକରେ ଚଳିତ ବର୍ଷ ୨୦୨୩ର ୨ୟ ରାଷ୍ଟ୍ରୀୟ ଲୋକ ଅଦାଲତ ତା ୧୩.୦୫.୨୦୨୩ ରିଖ(ଶନିବାର) ଦିନ ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧୂକରଣ ଅଧ୍ୟକ୍ଷ, ଶ୍ରୀ ଦିପ୍ତି ରଞନ କାନୁନ୍‌ଗୋ ଓ ସଚିବ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀ ଶୁଭ ଗୌତମ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଆୟୋଜିତ ବିଭିନ୍ନ ଅଦାଲତରେ ୭ ଟି ମୋଟର ଦୁର୍ଘଟଣା ଜନିତ ମାମଲାର ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ଟ.୨୧,୨୫,୦୦୦/- ଙ୍କା ପ୍ରଦାନ କରାଯାଇଥିଲା । ସେହିପରି ୨୯ ଟି ଦେବାନୀ ମକଦ୍ଦମା ଫଇସଲା କରାଯାଇ ଥିବାବେଳେ ବିଚାର ଯୋଗ୍ୟ ୧୫୧ ଫୌଜଦାରି ମକଦ୍ଦମା ଫଇସଲା କରାଯାଇଥିଲା ଏବଂ NI Act Cases (ଦଫା-୧୩୮) 2ଟି ଫଇସଲା କରାଯାଇ .୩,୫୫,୬୪୫/ଟଙ୍କା ଆଦାୟ କରାଯାଇଥିଲା।ବିବାହ ଜନିତ ମକଦ୍ଦମା ୧୦ ଗୋଟି ଫଇସଲା କରାଜାଇଥିଲା।ରାଜସ୍ବ ମକଦ୍ଦମା ୫୬ ଟି ଫଇସଲା କରାଯାଇ ଟ.୧,୧୧,୬୧୬ ଙ୍କା ଆଦାୟ କରା ଯାଇଥିଲା ଓ ୧୧୭ ଟି ପ୍ରାକ ମୋକଦ୍ଦମା ସମ୍ବନ୍ଧୀୟ ମାମଲାର ଫଇସଲା କରାଯାଇ ଟ.୨୫,୧୬, ୧୫୨ ଙ୍କା ଆଦାୟ କରାଯାଇଥିଲା।

ଏହି ଲୋକ ଅଦାଲତରେ ପରିବାର ଅଦାଲତ ଜଜ୍, ଲଲିତ କୁମାର ଦାସ, ସଚିବ, ଜିଲ୍ଲା ଆଇନ ସେବା ପ୍ରାଧ୍ୟାକରଣ, କଳାହାଣ୍ଡି, ଶ୍ରୀ ସୁଭ ଗୌତମ ମିଶ୍ର, ସିନିୟର ସିଭିଲ ଜଜ୍ (ଏଲ ଆର-ଏଲଟିଭି) ରଶ୍ମିତା ପାତ୍ର, ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ, ପି.ସିତାଲକ୍ଷ୍ମୀ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନିଲୋଫର ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ଅଦାଲତ ପରିଚାଳନା କରିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଡିସେମ୍ବର ୨୦ ଓ ୨୧ ରେ ଜିମ୍ନାଷ୍ଟିକ୍ ଲେଭଲ୍ ୧ ଓ ଲେଭଲ୍ ୨ ପରୀକ୍ଷା….

masiha

ଫସଲ ଉଜାଡି ଦେଲା କାଣ୍ଡବିନ୍ଧା ପୋକ । ଅମଳ ସମୟରେ ନଷ୍ଟ ହୋଇଗଲା ଏକର ଏକର ଫସଲ । ଆଜି ଅଭିଯୋଗ ଆଣିଲେ ଚାଷୀ 

masiha

କଲ୍ୟାଣସିଂହପୁର ପ୍ରେସ୍ କ୍ଳବ ର ପ୍ରଥମ ବାର୍ଷିକ ଉତ୍ସବ ପାଳିତ

Sunil Chandra Nayak

Leave a Comment

error: Content is protected !!