ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କେସିଙ୍ଗାଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୧୫.୦୫.୨୦୨୩ // ଆଜି କେସିଙ୍ଗା ସ୍ଥିତ ଜିଲ୍ଲା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ୱଜିତ ଦାସ ,ଉପଖଣ୍ଡ ଆରକ୍ଷୀ ଅଧିକାରୀ କେସିଙ୍ଗା ଶ୍ରୀ ରୋହିତ ବର୍ମା, ବି ଡି ଓ ଶ୍ରୀ ପ୍ରଫୁଲ୍ଲ ଅଡୁ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୮୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିୟୁଜ୍ ସର୍ଭିସ୍ 

Related posts

ଖଡ଼ିଆଳ ଆମ୍ବେଦକର ଛକ ଠାରେ ସଡ଼କ ସୁରକ୍ଷା ସପ୍ତାହ ପାଳିତ, ଯାନବାହନ ଯାଞ୍ଚ

Sunil Chandra Nayak

ଭବାନୀପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

Sunil Chandra Nayak

ବସ ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ

masiha

Leave a Comment

error: Content is protected !!