ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ମେ’ ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଆସନ୍ତା ମେ’ ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଷ୍ଟେଟ ଓପନ୍‌ ସ୍କୁଲ ଓ ମଧ୍ୟମା ରେଜଲ୍ଟ ମଧ୍ୟ ୧୮ରେ ପ୍ରକାଶ ପାଇବ। ୧୮ ତାରିଖ ଦିନ ୧୦ଟା ବେଳେ ପ୍ରକାଶ ପାଇବ ରେଜଲ୍ଟ। ଦିନ ୧୦ଟା ରେ ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ରେଜଲ୍ଟ ଘୋଷଣା କରିବେ। ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀ ସେମାନଙ୍କର ରେଜଲ୍ଟ ଜାଣିପାରିବେ। ଛାତ୍ରଛାତ୍ରୀମାନେ ୱେବସାଇଟ ଓ ମ୍ୟାସେଜ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣି ପାରିବେ। ରେଜଲ୍ଟ www.bseodisha.ac.in ୱେବସାଇଟ୍ ରେ ଉପଲବ୍ଧ ହେବ। ଏନେଇ ଆଜି ବୋର୍ଡ ସଭାପତି ରମାଶିଷ ହାଜରା ଓ ବୋର୍ଡର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ,ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ଜଣ ପିଲା ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି । ୩ ହଜାର ୨୧୮ଟି କେନ୍ଦ୍ରରେ ମାଟ୍ରିକ୍ ପରୀକ୍ଷା ହୋଇଥିଲା । ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଉତର ଖାତାର ମୂଲ୍ୟାୟନ ଏପ୍ରିଲ ୩ ତାରିଖରୁ ଆରମ୍ଭ ହୋଇ ୧୨ ଦିନ ପର୍ଯ୍ୟନ୍ତ ଚାଲିଥିଲା।ଗତ ବର୍ଷ ପାସ୍ ହାର ଥିଲା ୯୦ ଦଶମିକ ପାଞ୍ଚ ପାଞ୍ଚ ପ୍ରତିଶତ ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…

Related posts

ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ମହୋତ୍ସବ , କଳ୍ପନା‌ କରନ୍ ଙ୍କୁ ତୁଳସୀରତ୍ନ ସମ୍ମାନ

Sunil Chandra Nayak

ରାଜ୍ୟ ସ୍ତରୀୟ ଡିଜିପି ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ପୋଲିସ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ୧୦ ମାର୍ଗଦର୍ଶନ

Sunil Chandra Nayak

ମହାମହିମ ରାଷ୍ଟ୍ରପତିଙ୍କ ଦ୍ବାରା ବାଦାମପାହାଡ଼ ରେଳ ଷ୍ଟେସନରୁ ୩ଟି ନୂଆ ଟ୍ରେନ ଏବଂ ରାଇରଙ୍ଗପୁର ଡାକଘର ଡିଭିଜନ ଲୋକାର୍ପିତ 

masiha

Leave a Comment

error: Content is protected !!