ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

୫ ଟି ସଚିବଙ୍କ ଗସ୍ତ ପୂର୍ବରୁ ଡୋକରିଚଞ୍ଚରାରେ ସ୍ଥିତି ଅନୁଧ୍ୟାନ କଲେ ଧର୍ମଗଡ଼ ଉପ ଜିଲ୍ଲାପାଳ

କୋକସରା,୧୮/୫- ଆସନ୍ତା ୨୦ ତାରିଖରେ କଳାହାଣ୍ଡି ଗସ୍ତରେ ଆସିବେ ୫ ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିୟନ । ସଚିବଙ୍କ ଗସ୍ତ ପୂର୍ବରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଓ ତତ୍ପରତା ଦେଖାଦେଇଛି । କଳାହାଣ୍ଡି ଗସ୍ତରେ ଆସି ୫ ଟି ସଚିବ କୋକସରା ବ୍ଲକର ଆମପାଣି ବୁଢ଼ାରଜା ମନ୍ଦିର ସହ ପର୍ଯ୍ୟଟନ ସ୍ଥଳୀ ଗୁଡ଼ହାଣ୍ଡି ଡୋକରିଚଞ୍ଚରା ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ବୁଧବାର ଏନେଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ପ୍ରଶାସନିକ ଅଧିକାରୀ। ଧର୍ମଗଡ଼ ଉପ ଜିଲ୍ଲାପାଳ ବେଦ ଭୂଷଣ, ଦକ୍ଷିଣ ବନଖଣ୍ଡ ଡିଏଫଓ ଦୟାନନ୍ଦ ଗଜାନନ ଲାଡେ, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, କୋକସରା ବିଡ଼ିଓ ଉତ୍ତମ କୁମାର ବାଗ, ତହସିଲଦାର ଦେବବ୍ରତ କରାଟି, ଧର୍ମଗଡ଼ ରେଞ୍ଜର ଭବାନୀ ଶଙ୍କର କୁଅର, ଆମପାଣି ଥାନା ଅଧିକାରୀ ଚତୁର୍ଭୁଜ ନାଏକ ସମେତ ଅନ୍ୟ ଅଧିକାରୀ ଓ କର୍ମଚାରୀ ମାନେ ଆମପାଣି ବୁଢ଼ାରଜା ମନ୍ଦିର ଓ ପର୍ଯ୍ୟଟନ ସ୍ଥଳୀ ଗୁଡ଼ହାଣ୍ଡି ଡୋକରିଚଞ୍ଚରା ପରିଦର୍ଶନ କରି ୫ ଟି ସଚିବଙ୍କ ଗସ୍ତ ପୂର୍ବରୁ ସ୍ଥିତି ଅନୁଧ୍ୟାନ କରିଛନ୍ତି।

ମସିହା ନିୟୁଜ୍ ସର୍ଭିସ୍ 

Related posts

ଶ୍ରୀ ତମ୍ବାପଟ୍ଟା ରଘୁନାଥ ସାହିତ୍ଯ ସଂସ୍କୃତି କଳା ସଂସଦର ରାଜ୍ଯସ୍ତରୀୟ ସାରସ୍ବତ ମହୋତ୍ସବ ଅନୁଷ୍ଠିତ 

Sunil Chandra Nayak

ଭବାନୀପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

Sunil Chandra Nayak

ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‍ର ‘ନିରୋଗଶାଳା’ 

Sunil Chandra Nayak

Leave a Comment

error: Content is protected !!