ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶାଜୀବନ ରେଖା

ଖୁବଶୀଘ୍ର ବଣ୍ଟାଯିବ ୯ ଲକ୍ଷ ଆବାସ ଗୃହ , ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ବିଭାଗୀୟ ସଚିବ ଓ ମନ୍ତ୍ରୀଙ୍କ ସୂଚନା

ମୁଖ୍ୟମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ପରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ବିଭାଗୀୟ ସଚିବ ସୁଶୀଲ କୁମାର ଲୋହାନି ଏକ ସାମ୍ୱାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।

ଖୁବଶୀଘ୍ର ବଣ୍ଟାଯିବ ଓଡ଼ିଶାକୁ ଆସିଥିବା ଆଉ ୯ ଲକ୍ଷ ଆବାସ ଘର । ବହୁ ଅଯୋଗ୍ୟ ହିତାଧିକାରୀ ଘର ପାଉଥିବା ନେଇ ବିଭିନ୍ନ ବର୍ଗରୁ ଅଭିଯୋଗ ଆସିବା ପରେ ସାଧାରଣ ଜନତାଙ୍କ ଠାରୁ ବିସ୍ତୃତ ଭାବେ ଅଭିଯୋଗ ମଗାଯାଇଥିଲା । ସେସବୁକୁ ତର୍ଜମା କରାସରିଛି । ଖୁବଶୀଘ୍ର ରାଜ୍ୟକୁ ଆସିଥିବା ଆବାସ ଘର ଆବଣ୍ଟନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ପରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ବିଭାଗୀୟ ସଚିବ ସୁଶୀଲ କୁମାର ଲୋହାନି ଏକ ସାମ୍ୱାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।

ଏହାସହ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟର ସମସ୍ତ ବ୍ଲକରେ ସ୍ଥାପନ ହେବ ଗ୍ରାମୀଣ ଇଣ୍ଡଷ୍ଟ୍ରିଆଲ୍ ପାର୍କ । ତାସହ ଆସନ୍ତା ବର୍ଷକ ମଧ୍ୟରେ ସମସ୍ତ ବ୍ଲକରେ ମିଶନ୍ ଶକ୍ତି କାଫେ ନିର୍ମାଣ ଏବଂ କାର୍ଯ୍ୟକ୍ଷମ ହେବ। ଏହା ସହ ସମସ୍ତ ଘରକୁ ପାନୀୟ ଜଳ ଯୋଗାଣକୁ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା କହିଛନ୍ତି ବିଭାଗୀୟ ମନ୍ତ୍ରୀ ଓ ସଚିବ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ରାଷ୍ଟ୍ରପତି ପଦ ଅଳଙ୍କୃତ ପରେ ଦ୍ଵିତୀୟ ଥର ପାଇଁ ଜନ୍ମ ମାଟିରେ ମହାମହିମ ରାଷ୍ଟ୍ରପତି

masiha

ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ… ରାଜ୍ୟରେ ଚିହ୍ନଟ ହେବେ ନକଲି ଡାକ୍ତର : ସମସ୍ତଙ୍କର ଯାଞ୍ଚ ହେବ ସାର୍ଟିଫିକେଟ୍

Sunil Chandra Nayak

ଜୟପୁରର ବିକ୍ରମଦେବ କଲେଜ ପାଇଲା ବିଶ୍ୱବିଦ୍ୟାଳୟ ମାନ୍ୟତା

Sunil Chandra Nayak

Leave a Comment

error: Content is protected !!