ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ: ଉଭୟଙ୍କ ମଧ୍ୟରେ ଗୁଳିବିନିମୟ : ସର୍ଚ୍ଚ ଅପରେସନ ଜୋରଦାର 

କନ୍ଧମାଳ:24/05.(ମନିସ): କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ କୁର୍ତ୍ତମଗଡ଼ ନିକଟସ୍ଥ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି।ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛି ପୋଲିସ୍ । ସୂଚନା ପ୍ରକାରେ ଗୁଇନ୍ଦା ସୂଚନା ଆଧାରରେ ସମ୍ପୃକ୍ତ ଅଞ୍ଚଳରେ ଏସ୍ଓଜି ଜବାନ ମାନେ କୁମ୍ବିଂ ଅପରେସନ୍ ଚଳାଇଥିଲେ । ଆଜି ସକାଳ ପ୍ରାୟ ୫ଟା ୪୦ମିନିଟ୍ ସମୟରେ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ । କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଘଟିବା ପରେ ମାଓବାଦୀ ମାନେ ଘଟଣା ସ୍ଥଳରୁ ଛତ୍ରଭଙ୍ଗ ଦେଇଥିବା ଜଣାପଡ଼ିଛି । ଘଟଣା ସ୍ଥଳରୁ ବିଭିନ୍ନ ମାଓ ସାମଗ୍ରୀ ଜବତ ହୋଇଥିବା ବେଳେ କିଛି ମାଓବାଦୀ ସୁରକ୍ଷାକର୍ମୀଙ୍କ ଗୁଳିରେ ଗୁରୁତର ଆହତ ହୋଇଥିବା ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି । ତେବେ ଏଯାବତ୍ କାହାର ମୃତାହତ ଖବର ସ୍ପଷ୍ଟ ହୋଇପାରିନାହିଁ । ସେପଟେ କିଛିଦିନର ନିରବତା ପରେ କନ୍ଧମାଳରେ ଲାଲ୍ ବାହିନୀ ପୁଣିଥରେ ନିଜର ସ୍ଥିତି ଜାହିର କରୁଛି । ଅନ୍ୟପଟେ ଏହି ଗୁଳିବିନିମୟ ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି ।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ପାଟପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଚୋରି 

masiha

ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର 

masiha

ଘରେ ପଶି ସ୍ୱାମୀ ସ୍ତ୍ରୀ ଙ୍କୁ ଖଣ୍ଡା ହାଣୀ ପକାଇଲେ କିଛି ଦୁର୍ବୃତ୍ତ 

Sunil Chandra Nayak

Leave a Comment

error: Content is protected !!