ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭାରତୀୟ ଷ୍ଟେଟ ବ୍ୟାଙ୍କର ମୃତ୍ୟୁ ଜନିତ ବୀମାରାଶି ପ୍ରଦାନ

ଡାବୁଗାଁ, ୨୯/୫ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମାସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ଠାରେ ହିତାଧିକାରୀ ଙ୍କୁ ମୃତ୍ୟୁ ଜନିତ ବୀମାରାଶି ସୋମବାର ପ୍ରଦାନ କରାଯାଇଛି | ସୂଚନାଯୋଗ୍ୟ:- ଡାବୁଗାଁ ବ୍ଲକ ର ଘୋଡାଖୁଣ୍ଟା ପଞ୍ଚାୟତ ଅଧୀନ ସିନ୍ଧିଭଟାଗୁଡା ଗ୍ରାମର ସରାବଣି ଶବର ଡାବୁଗାଁ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରେ ଏକ ଜମା ଖାତା ଖୋଲି ଟଙ୍କା ଦେଣନେଣ କରୁଥିଲେ |୧୫.୦୫.୨୦୨୧ ଦିନ ପ୍ରଧାନ ମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନାରେ ୩୩୦ ଟଙ୍କା ଦେଇ ବୀମା କରାଇଥିଲେ | ୧.୧୧.୨୦୨୧ ଦିନ ନିଜ ଘରେ ସରାବଣି ଙ୍କର ପ୍ରସବ ହୋଇ ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ | ପ୍ରସବ ହେବା ପରେ ୯.୧୧.୨୦୨୧ ଦିନ କୌଣସି କାରଣରୁ ତାଙ୍କର ମୃତ୍ୟୁ ଘଟିଥିଲା | ଏହାପରେ ସରାବଣିଙ୍କ ସ୍ଵାମୀ ସଗ୍ରାମ ଶବର ବୀମାରାଶି ପାଇବା ପାଇଁ ବ୍ୟାଙ୍କରେ ଆବେଦନ କରିଥିଲେ | ଏହି ବୀମା ରାଶି ୨ ଲକ୍ଷ ଟଙ୍କା ସଗ୍ରାମ ଶବରଙ୍କ ଜମାଖାତାରେ ବ୍ୟାଙ୍କ ପକ୍ଷରୁ ଜମା କରାଯାଇଛି | ଏଥିରେ ଡାବୁଗାଁ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ପରିଚାଳକ ନୀତିଶ ସ୍ଵାଇଁ ସଗ୍ରାମ ଙ୍କୁ ଉକ୍ତ ଜମା ଖାତା ପ୍ରଦାନ କରିଛନ୍ତି | ଏଣୁ ବ୍ୟାଙ୍କରେ ଖାତା ଥିବା ଗ୍ରାହକ ମାନେ ପ୍ରଧାନ ମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନାରେ ବୀମା କରାଇ ବୀମାର ସୁଯୋଗ ନିଅନ୍ତୁ | ଏଥିରେ କର୍ମଚାରୀ ସଞ୍ଜୟ ପ୍ରସାଦ ମହାଙ୍କୁଡ, ଅଜିତ ବେରିହା ପ୍ରମୁଖ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

 

Related posts

ରାଇରଙ୍ଗପୁରଠାରେ ଉପଖଣ୍ଡ ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

masiha

ବ୍ଲକ୍ ସ୍ତରୀୟ ସଡ଼କ ସୁରକ୍ଷା ସପ୍ତାହ ପାଳନ ଅବସରରେ ଷଷ୍ଟ ଦିନରେ ସଡକ ସୁରକ୍ଷା ସଚେତନତା

Sunil Chandra Nayak

ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ କୁଜାଜାନିଗୁଡା ଆବାସିକ ବିଦ୍ୟାଳୟରେ ପାଣି ପାଇଁ ଛାତ୍ର ଛାତ୍ରୀ ହନ୍ତସନ୍ତ 

Sunil Chandra Nayak

Leave a Comment

error: Content is protected !!