ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ପକ୍ଷରୁ ବିଶ୍ଵ ପରିବେଶ ଦିବସ, ୨୦୨୩ ପାଳନ  

ନବରଙ୍ଗପୁର,୦୫/୦୬(ମସିହା) ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ନୂତନ ଜିଲ୍ଲା କୋର୍ଟ ପରିସର ଠାରେ ବିଶ୍ଵ ପରିବେଶ ଦିବସ, ୨୦୨୩ ପାଳିତ ହୋଇଯାଇଛି l ଏହି ଉପଲକ୍ଷେ ନୂତନ ଜିଲ୍ଲା କୋର୍ଟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯାଇଛି। ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁରର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ ସଂଜୀବ ଦୁବେଙ୍କ ନିର୍ଦେଶ କ୍ରମେ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ ସଂଜୀବ ଦୁବେ ଯୋଗ ଦେଇଥିଲେ ଓ ସମସ୍ତଙ୍କ ଉପସ୍ଥିତି ରେ ବୃକ୍ଷ ରୋପଣ କରିଥିଲେ। ଅନ୍ୟାନ୍ୟ ଅତିଥି ରୂପେ ପରିବାର ବିଚାରବିଭାଗୀୟ ଜର୍ଜ ଡକ୍ଟର ମୁନରାନୀ ମିଶ୍ର, ମୁଖ୍ୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀଯୁକ୍ତ. ବିନୋଦ ବିହାରୀ ସାହୁ, ବରିଷ୍ଠ ଦେବାନୀ ଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଭ।ରପ୍ରାପ୍ତ ସଚିବ ଶ୍ରୀମତୀ.ଅନ୍ନପୂର୍ଣା ନାୟକ, ଉପଖଣ୍ଡ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତୀ ପ୍ରଜ୍ଞା ପଣ୍ଡା, ବନାଞ୍ଚଳ ଅଧିକାରୀ ଶ୍ରୀଯୁକ୍ତ ତଡିତ କୁମାର ସ୍ଵାଇଁ ପ୍ରମୁଖ ଯୋଗ ଦେଇଥିଲେ ଓ ବୃକ୍ଷ ରୋପଣ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା କୋର୍ଟ ର କର୍ମଚାରୀ, ଆଇନଜୀବୀ ଓ ବନ ବିଭାଗର କର୍ମଚାରୀ ମାନେ ଭାଗ ନେଇଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଈନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ପରିଚାଳନା କରଯାଇଥିଲା ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଦୈବୀ ଦୁର୍ଘଟଣାକୁ ନେଇ ବିଜେପି ହୀନ ରାଜନୀତି ନକରୁ : ସାମ୍ବାଦିକ ସମ୍ମିଳନୀରେ ଆଦିବାସୀ ସଙ୍ଘର ଚେତାବନୀ

କଳାହାଣ୍ଡି ଉତ୍ସବ ଅବସରରେ ଜିଲ୍ଲାସ୍ତରୀୟ ଘୁମୁରା ପ୍ରତିଯୋଗିତା 

masiha

ବନ୍ଧିତ ଭତ୍ତା ବିତରଣ ସମାରୋହ

masiha

Leave a Comment

error: Content is protected !!